Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 6:6 - ପବିତ୍ର ବାଇବଲ

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ବୃକ୍ଷସବୁ କାଟ ଏବଂ ରାସ୍ତାରୋଧକ କାଠଗଣ୍ଡି ଯିରୁଶାଲମ ବିରୁଦ୍ଧରେ ନିର୍ମାଣ କର। ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ। ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।

Faic an caibideil Dèan lethbhreac




ଯିରିମୀୟ 6:6
15 Iomraidhean Croise  

ଏଣୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହିକଥା କହନ୍ତି, “ସେ ଏହି ନଗରକୁ ଆସିବ ନାହିଁ କି ଏହି ନଗରକୁ ତୀର ମାରିବ ନାହିଁ। ପୁଣି ତା’ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ କି ତାହା ବିରୁଦ୍ଧରେ ଆକ୍ରମଣ କରିବାକୁ ବନ୍ଧ ବାନ୍ଧିବ ନାହିଁ।


ପ୍ରତ୍ୟେକ ଥର ମୁଁ କଥା କହେ ଓ କ୍ରନ୍ଦନ କରେ। ଦୌରାତ୍ମ୍ୟ ଓ ବିନାଶର କଥା ଉଚ୍ଚସ୍ୱରରେ କହେ। ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ପ୍ରତି ହୋଇଅଛି ବୋଲି କହିଲେ ମଧ୍ୟ ଲୋକେ ପ୍ରତିଥର ମୋତେ ଧି‌କ୍‌କାର ଓ ବିଦ୍ରୂପ କରିଛନ୍ତି।


“ମାତ୍ର ହେ ଯିହୋୟାକୀମ୍, ତୁମ୍ଭେ କେବଳ ନିଜର ସ୍ୱାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ୟ ଓ ନିର୍ଦ୍ଦୋଷର ରକ୍ତପାତରେ ବୁଡ଼ି ରହିଛି।”


“ବର୍ତ୍ତମାନ ଶତ୍ରୁମାନେ କାଠଗଣ୍ଡି ନିର୍ମାଣ କରି ନଗର ଅବରୋଧ କରିଛନ୍ତି। ସେମାନେ ଯେପରି ଶତ୍ରୁ ନଗରକୁ ପରାସ୍ତ କରି ପାରିବେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ, ମହାମାରୀ ଘଟାଇଲେ ଏବଂ ଏହା ବିରୁଦ୍ଧରେ ଯୁଦ୍ଧ କରୁଥିବା କ‌‌ଲ୍‌‌ଦୀୟମାନଙ୍କୁ ତାହା ହସ୍ତାନ୍ତର କର। ହେ ସଦାପ୍ରଭୁ, ତୁମ୍ଭେ କହିଥିଲ ଏହା ଘଟିବ ଓ ଆଜି ଦେଖ ତାହା ଘଟୁଅଛି।


“ଆଉ ସେମାନେ ଏହି ନଗର ନିର୍ମାଣ ଆରମ୍ଭ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ କେବଳ ଆମ୍ଭର କ୍ରୋଧ ଓ କୋପ ବଢ଼ାଇ ଆସିଛନ୍ତି। ତେଣୁ ଆମ୍ଭେ ତାହାକୁ ଆମ୍ଭ ସମ୍ମୁଖରୁ ଦୂରେଇ ଦେବା।


ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଯିରୁଶାଲମ ବିଷୟରେ ଏହି କଥା କହନ୍ତି। ‘ଶତ୍ରୁସୈନ୍ୟ ନଗରର ସକଳ ଗୃହ ଓ ଯିହୁଦାର ରାଜଗଣର ସମସ୍ତ ପ୍ରାସାଦ ଭୂମିସାତ୍ କରିବେ। ସେମାନେ ପ୍ରାଚୀର ଉପରେ ଶିଡ଼ି ନିର୍ମାଣ କରି ‌‌ଖ‌ଡ଼୍‌ଗରେ ନଗର ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ।


ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ।


ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁ ପାଇଁ ସେମାନଙ୍କୁ ଦଣ୍ଡ ଦେବା ନାହିଁ? ଆମ୍ଭର ପ୍ରାଣ କ’ଣ ଏହିସବୁ ଲୋକମାନଙ୍କଠାରୁ ପରିଶୋଧ ନେବ ନାହିଁ?”


ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭେ କ’ଣ ଏ ପ୍ରକାର ଲୋକମାନଙ୍କ ପ୍ରତି ଦଣ୍ଡ ବିଧାନ କରି ପ୍ରତିଶୋଧ ନେବା ନାହିଁ? ହଁ, ଏହା ନିଶ୍ଚିତ ଯେ, ଏ ପ୍ରକାର ଲୋକ ଦଣ୍ଡ ପାଇବା ଯୋଗ୍ୟ।


ଏବଂ ସେଗୁଡ଼ିକୁ ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ପ୍ରାଚୀର ନିର୍ମାଣ କର। ଆଉ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର।


ତା'ପରେ ସଦାପ୍ରଭୁ ମୋର ପ୍ରଭୁ ମୋତେ କହିଲେ, “ଏହା ଯିରୁଶାଲମ ଅଟେ, ଯାହାକୁ ଆମ୍ଭେ ଦେଶମାନଙ୍କ ମଧ୍ୟରେ ସ୍ଥାପନ କରିଅଛୁ ଓ ତା'ର ଚତୁର୍ଦ୍ଦିଗରେ ଅନ୍ୟାନ୍ୟ ଦେଶଗୁଡ଼ିକ ଅଛି।


ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ। ସେତେବେଳେ ଦକ୍ଷିଣ ଦେଶର ସୈନ୍ୟବାହିନୀ ଓ ମନୋନୀତ ଲୋକମାନେ ତାଙ୍କୁ ପ୍ରତିରୋଧ କରି ପାରିବେ ନାହିଁ। ଏପରିକି ମହାଶକ୍ତିଶାଳୀ ସୈନ୍ୟମାନେ ମଧ୍ୟ ତାଙ୍କୁ ବାଧା ଦେଇ ପାରିବେ ନାହିଁ।


ହେ ଯିରୁଶାଲମ, ତୁମ୍ଭ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ସଂଗ୍ରାମ କଲେ। ସେମାନେ ଅନ୍ୟମାନଙ୍କୁ ଆଘାତ କଲେ ଏବଂ ସେମାନେ ପାପରେ କଳୁଷିତ ହୋଇଗଲେ।


ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ।


Lean sinn:

Sanasan


Sanasan