ଯିରିମୀୟ 7:19 - ପବିତ୍ର ବାଇବଲ19 ସଦାପ୍ରଭୁ କହନ୍ତି, “ଏହିସବୁ କରିବା ଦ୍ୱାରା ସେମାନେ କ’ଣ ମୋତେ ବିରକ୍ତ କରନ୍ତି? ସେମାନେ ନିଜେ ଲଜ୍ଜିତ ହୋଇ ନାହାନ୍ତି କି?” Faic an caibideilପବିତ୍ର ବାଇବଲ (Re-edited) - (BSI)19 ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି? Faic an caibideilଓଡିଆ ବାଇବେଲ19 ସଦାପ୍ରଭୁ କହନ୍ତି, ‘ସେମାନେ କ’ଣ ଆମ୍ଭକୁ ବିରକ୍ତ କରନ୍ତି ? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କ’ଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି ?’ Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି? Faic an caibideil |
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”