Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 7:3 - ପବିତ୍ର ବାଇବଲ

3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।’

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।

Faic an caibideil Dèan lethbhreac




ଯିରିମୀୟ 7:3
18 Iomraidhean Croise  

ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟ‌ଦ୍‌ବକ୍ତା ଓ ପ୍ରତ୍ୟେକ ଦୃଷ୍ଟିକାରୀଙ୍କୁ ଇସ୍ରାଏଲ ଓ ଯିହୁଦାର ପ୍ରତି ଚେତାବନୀ ଦେଇ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର କୁକାର୍ଯ୍ୟରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମୋର ସେବକ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ହସ୍ତରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ମୋର ବ୍ୟବସ୍ଥା ଓ ବିଧି ସବୁ ପାଳନ କର।”


ଏଣୁ ତୁମ୍ଭେ ତୁମ୍ଭର ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ପ୍ରକାଶ କର। ତାଙ୍କର ତୁଷ୍ଟିଜନକ କାର୍ଯ୍ୟ କର। ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।”


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ତାକୁ ପରିତ୍ୟାଗ କରେ, ସେ ଦୟା ପାଇବ।


ଦୁଷ୍ଟାଗ୍ଭରୀ ତା'ର ମନ୍ଦକାର୍ଯ୍ୟ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ୟାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦେବେ। ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।


“‘ତେବେ ଦାଉଦଙ୍କ ସିଂହାସନାରୂଢ଼ ଅଧିପତିଗଣ ଓ ରାଜଗଣ, ରଥରେ ଓ ଅଶ୍ୱରେ ଚଢ଼ି ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୁଶାଲମ ନିବାସୀମାନେ ଏହି ନଗରଦ୍ୱାର ମଧ୍ୟରେ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।


“ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’


ମାତ୍ର ଯଦି ସେହି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି ତେବେ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହେବା।


ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ।


ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ।


ରେଖବର ପୁତ୍ର ଯିହୋନାଦ‌‌‌ବ୍‌‌‌ର ବଂଶଧରଗଣ ସେମାନଙ୍କ ପ୍ରତି ଆବିଷ୍ଟ ହୋଇଥିବା ଆଜ୍ଞା ପ୍ରତିପାଳନ କରି ଆସୁଅଛନ୍ତି। ମାତ୍ର ଯିହୁଦାର ଲୋକମାନେ ଆମ୍ଭ କଥାରେ ଅବଧାନ କରି ନାହାନ୍ତି।’


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଯଦି ତୁମ୍ଭେ ଫେରି ଆସିବାକୁ ଇଚ୍ଛା କରୁଛ, ତେବେ ମୋ’ ନିକଟକୁ ଫେରି ଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମୋ’ ଚକ୍ଷୁ ସମ୍ମୁଖରୁ ଫିଙ୍ଗିଦିଅ ଓ ବିପଥଗାମୀ ହୁଅ ନାହିଁ।


ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଛକସ୍ଥାନରେ ଛିଡ଼ା ହୋଇ ଦେଖ, ଆଉ ପୁରାତନ ପଥ ବିଷୟରେ ପ୍ରଗ୍ଭର କରି କୁହ, ଉତ୍ତମ ପଥ କାହିଁ? ଆଉ ସେହି ପଥରେ ଗମନ କର, ତାହାହେଲେ ତୁମ୍ଭେମାନେ ନିଜ ନିଜ ପ୍ରାଣରେ ବିଶ୍ରାମ ପାଇବ। ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ସେ ପଥରେ ଗମନ କରିବୁ ନାହିଁ।’


ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।


Lean sinn:

Sanasan


Sanasan