Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 7:5 - ପବିତ୍ର ବାଇବଲ

5 ତୁମ୍ଭେମାନେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର ତାହାହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବି। ଯଦି ତୁମ୍ଭେମାନେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହୋଇ ପାରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଯେବେ ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯେବେ ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;

Faic an caibideil Dèan lethbhreac

ଓଡିଆ ବାଇବେଲ

5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;

Faic an caibideil Dèan lethbhreac




ଯିରିମୀୟ 7:5
16 Iomraidhean Croise  

“ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ଦେବ ଓ ମୋର ଆଜ୍ଞାବହ ହେବ ତେବେ ତୁମ୍ଭେମାନେ ଦେଶରେ ଉତ୍ତମ ଫଳ ଭୋଗ କରିବ।


ସେମାନେ କୁହନ୍ତି, “ଆମ୍ଭମାନଙ୍କୁ ସାହାଯ୍ୟ କର, ଆମ୍ଭେମାନେ କ’ଣ କରିବୁ ମନ୍ତ୍ରଣା ଦିଅ। ଆମ୍ଭର ଶତ୍ରୁଠାରୁ ଆମ୍ଭମାନଙ୍କୁ ରକ୍ଷା କର, ଯେପରିକି ଛାୟା ମଧ୍ୟାହ୍ନ ସୂର୍ଯ୍ୟ ତାପରୁ ରକ୍ଷା କରେ। ଆମ୍ଭମାନଙ୍କୁ ଶତ୍ରୁଠାରୁ ଲୁଗ୍ଭଇ ରଖ। କାରଣ ଆମ୍ଭେମାନେ ତାଙ୍କଠାରୁ ପଳାଇ ଆସିଛୁ। ତାଙ୍କ ନିକଟକୁ ଆମ୍ଭମାନଙ୍କୁ ପଠାଅ ନାହିଁ।


ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, “‘ତୁମ୍ଭେମାନେ ପ୍ରଭାତରେ ସୁବିବେଚନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କ୍ରୋଧାଗ୍ନିରେ ଭସ୍ମୀଭୂତ ହେବ ଓ କେହି ତାହାକୁ ନିର୍ବାଣ କରି ପାରିବେ ନାହିଁ।’


“ହେ ଯିହୋୟାକୀମ୍, ତୁମ୍ଭେ ତୁମ୍ଭ ଗୃହରେ ବହୁ ଏରସ କାଠ ବ୍ୟବହାର କରି ବଡ଼ ରାଜା ହୋଇଯିବ ବୋଲି ଭାବୁଛ କି? ତୁମ୍ଭର ପିତା ଧର୍ମରେ ଖାଦ୍ୟ ପାନୀୟ ଦେଇ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସେଠାରେ ଉନ୍ନତି ହେଲା।


ସଦାପ୍ରଭୁ କହନ୍ତି, ନ୍ୟାୟ ବିବେଚନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।


ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ।


ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା।


ସେ ଦୀନଦରିଦ୍ରକୁ ସାହାଯ୍ୟ କରେ, ସୁଧ ନ ନେଇ ଲୋକଙ୍କୁ ସେ ଯଦି ଋଣ ଦିଏ, ଆଉ ଆମ୍ଭର ଶାସନ ସକଳ ବିଧି ଅନୁସରଣ କରେ ଓ ମୋର ନୀତି ନିୟମ ଅନୁସାରେ ଜୀବନ ଧାରଣ କରେ, ସେ ଆପଣା ପିତାର ପାପ ସକାଶେ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।


“ଯଦି ଜଣେ ମନୁଷ୍ୟ ଧାର୍ମିକ ହୁଏ, ତେବେ ନ୍ୟାୟ ଓ ଯଥାର୍ଥ କରେ।


ସେ ଋଣ ଦେଇ ସୁଧ ନେଇ ନାହିଁ କିମ୍ବା ସୁଧ ଦାବି କରି ନାହିଁ। ସେ ମନ୍ଦରୁ ଦୂରରେ ରହେ ଏବଂ ସମସ୍ତଙ୍କୁ ଉତ୍ତମ ବ୍ୟବହାର କରେ।


ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଏହିଗୁଡ଼ିକ କ’ଣ ସେହି ବାକ୍ୟଗୁଡ଼ିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ କହିଥିଲେ? ସେ ଏ କଥା କହିଥିଲେ ଯେତେବେଳେ ଯିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡ଼ିକ ନେଗେଭ ଏବଂ ସିଫେଲା ବସତି ବହୁଳ ଥିଲା।’”


ସେହି 12,000 ସୈନ୍ୟମାନେ ଏପରି 400 ଯୁବତୀଙ୍କୁ ଦେଖିଲେ ଯେଉଁମାନଙ୍କର କୌଣସି ପୁରୁଷଙ୍କ ସହିତ ଶାରିରୀକ ସମ୍ପର୍କ ନ ଥିଲା। ସେହି ସୈନ୍ୟମାନେ ଯାବେଶ୍ ଗିଲିୟଦରୁ ସେହି ସ୍ତ୍ରୀଲୋକମାନଙ୍କୁ ଶୀଲୋ ନିକଟର ଛାଉଣିକୁ ନେଇ ଆସିଲେ। ଯାହାକି କିଣାନ ଦେଶରେ ଥିଲା।


ଇସ୍ରାଏଲ ସନ୍ତାନଗଣ ଯେଉଁ ଦିନ ସୀଷରାକୁ ପରାସ୍ତ କଲେ। ସେହି ଦିନ ଦବୋରା ଓ ବାରକ୍ ଅବୀନୋୟମର ପୁତ୍ର ଏହି ସଙ୍ଗୀତ ଗାନ କଲେ।


Lean sinn:

Sanasan


Sanasan