ଯିହୋଶୂୟ 11:6 - ପବିତ୍ର ବାଇବଲ6 ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେ ସମସ୍ତ ସୈନ୍ୟମାନଙ୍କୁ ଭୟ କର ନାହିଁ। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭର ସହାୟ ହେବି। ଆସନ୍ତା କାଲି ଏହି ସମୟରେ ତୁମ୍ଭେମାନେ ସେମାନଙ୍କୁ ହତ୍ୟା କରିବ। ତୁମ୍ଭେମାନେ ସେମାନଙ୍କର ଘୋଡ଼ାମାନଙ୍କୁ ଛୋଟା କରି ଦେବ ଓ ରଥଗୁଡ଼ିକୁ ପୋଡ଼ି ଦେବ।” Faic an caibideilପବିତ୍ର ବାଇବଲ (Re-edited) - (BSI)6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ଵଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ। Faic an caibideilଓଡିଆ ବାଇବେଲ6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।” Faic an caibideil |
ମିଶରକୁ ସାହାଯ୍ୟ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସେମାନେ ଅଶ୍ୱମାନଙ୍କ ଉପରେ ନିର୍ଭର କରନ୍ତି। ସେମାନେ ଆଶା କରନ୍ତି ଅଶ୍ୱଗଣ ସେମାନଙ୍କୁ ରକ୍ଷା କରିବେ। ଆଉ ମଧ୍ୟ ସେମାନେ ଭାବନ୍ତି ଅତ୍ୟଧିକ ରଥ ଓ ବହୁ ବଳବାନ ଅଶ୍ୱାରୋହୀ ସୈନ୍ୟ ଥିବାରୁ ସେମାନେ ସୁରକ୍ଷିତ। ସେମାନେ ଇସ୍ରାଏଲର ପବିତ୍ରତା ପ୍ରତି ବିଶ୍ୱାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି ନାହିଁ। ତେଣୁ ସେମାନେ ସନ୍ତାପର ପାତ୍ର।
ସେଠାରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିୟାସରର ବଂଶଧର ଥିଲେ। ଇଲିୟାସର ଥିଲା ହାରୋଣଙ୍କର ପୁତ୍ର। ଇସ୍ରାଏଲର ଲୋକମାନେ ପଗ୍ଭରିଲେ, “ବିନ୍ୟାମୀନର ଲୋକମାନେ ଆମ୍ଭର ସମ୍ପର୍କୀୟ। ଆମ୍ଭର ତାଙ୍କ ସହିତ ଯୁଦ୍ଧ କରିବା ଉଚିତ୍ ନା ଯୁଦ୍ଧ ବନ୍ଦ କରିବା ଉଚିତ୍?” ସଦାପ୍ରଭୁ କହିଲେ, “ଆସନ୍ତା କାଲି ଯାଅ ଓ ସେମାନଙ୍କୁ ପରାସ୍ତ କର। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ସହାୟ ହେବି।”