Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 14:1 - ପବିତ୍ର ବାଇବଲ

1 ଯାଜକ ଇଲିୟାସର ନୂନର ପୁତ୍ର ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧ୍ୟରେ ବଣ୍ଟା ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ,

Faic an caibideil Dèan lethbhreac

ଓଡିଆ ବାଇବେଲ

1 କିଣାନ ଦେଶରେ ଇସ୍ରାଏଲ ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,

Faic an caibideil Dèan lethbhreac




ଯିହୋଶୂୟ 14:1
10 Iomraidhean Croise  

ବୁ‌କ୍‌କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହ‌ସ୍‌ର ପୁତ୍ର ଥିଲା। ପୀନହ‌ସ୍‌ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।


“ଏବଂ ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାରୀ ପାଇଁ ଗୁଲିବାଣ୍ଟ ଦ୍ୱାରା ଭୂମି ବିଭାଗ କରିବ, ତୁମ୍ଭେ ଏଥିରୁ ଏକ ପବିତ୍ର ଅଂଶପରି ସଦାପ୍ରଭୁଙ୍କ ପାଇଁ ଅଲଗା ରଖିବା ଉଚିତ୍। ତାହାର ଦୈର୍ଘ୍ୟ 25,000 ହାତ ଓ ପ୍ରସ୍ଥ 20,000 ହାତ ହେବ। ସେ ସମସ୍ତ ଭୂମି ପବିତ୍ର ହେବ।


ତେଣୁ ମୋଶା ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧବଂଶକୁ ଯେଉଁ ଦେଶ ଦେବାକୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଯାହାକୁ ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ପରମେଶ୍ୱର କିଣାନ ଦେଶର ସାତ ଗୋଟି ଜାତିକୁ ନଷ୍ଟ କରି ସେହି ଗୁଡ଼ିକ ଇସ୍ରାଏଲୀୟମାନଙ୍କୁ ଦେଲେ।


କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରାଇବେ, ସେଠାକୁ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ପାର ହୋଇଯିବ ଓ ସେଠାରେ ପହଞ୍ଚିବ। ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଗଣଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେବେ, ଏବଂ ତୁମ୍ଭେମାନେ ନିର୍ଭୟରେ ବାସ କରିବ।


“ସୀଦୋନୀୟ ଲୋକମାନେ ଯେଉଁ ଦେଶରେ ବାସ କରୁଛନ୍ତି, ଲିବାନୋ‌ନ୍‌ଠାରୁ ମିଷ୍ରଫୋ‌‌‌ତ୍‌‌‌ମୟିମ ପର୍ଯ୍ୟନ୍ତ ଦେଶରେ କିନ୍ତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବୁ। ତୁମ୍ଭେ ମୋ’ ଆଜ୍ଞାନୁସାରେ ସେହି ଦେଶ ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।


ଏହିପରି ଭାବରେ ଇସ୍ରାଏଲ ପରିବାରବର୍ଗମାନଙ୍କୁ ଏହିସବୁ ଭୂମି ବାଣ୍ଟ କରାଗଲା। ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ବଂଶଧରମାନଙ୍କର ପ୍ରାଚୀନବର୍ଗମାନେ ଭୂମି ଭାଗ କରିବାକୁ ଶୀଲୋ ନିକଟରେ ଏକତ୍ରିତ ହେଲେ। ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ମିଳିତ ହେଲେ। ଏହିପରି ଭାବରେ ସେମାନେ ଦେଶ ବିଭାଗ ବଣ୍ଟନ ସାରି ଦେଲେ।


ଏହା ପରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶ ସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ।


Lean sinn:

Sanasan


Sanasan