Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 15:8 - ପବିତ୍ର ବାଇବଲ

8 ସେହି ସୀମା ହିନ୍ନୋମ ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ନଗର ଆଡ଼କୁ ଗଲା, ଏହାକୁ ଯିରୁଶାଲମ କହନ୍ତି। ଏହିପରି ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଗଲା। ଏହା ରଫାୟିମ ଉପତ୍ୟକାର ଉତ୍ତର ପ୍ରାନ୍ତସ୍ଥିତ ପର୍ଯ୍ୟନ୍ତ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା।

Faic an caibideil Dèan lethbhreac




ଯିହୋଶୂୟ 15:8
17 Iomraidhean Croise  

ପଲେଷ୍ଟୀୟମାନେ ଫେରି ରଫାୟିମ୍ ଉପତ୍ୟକାରେ ସେନାଛାଉଣି ପକାଇଲେ।


ଆଉଥରେ ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ଛାଉଣି ପକାଇଲେ।


ତୋଫତ୍ ବେନ-ହିନ୍ନୋମ ଉପତ୍ୟକାର ଗୋଟିଏ ସ୍ଥାନ ଥିଲା, ଯେଉଁଠାରେ ଲୋକମାନେ ସେମାନଙ୍କର ପୁତ୍ର ଓ କନ୍ୟାମାନଙ୍କୁ ମେଲକ ମିଥ୍ୟା ଦେବତାର ସମ୍ମାନାର୍ଥେ ଅଗ୍ନିରେ ହୋମ କଲେ। ଯେତେବେଳେ ଯୋଶିୟ ସେହି ସ୍ଥାନକୁ ଅପବିତ୍ର କଲେ। ଲୋକମାନେ ଯେପରି ହୋମ ସ୍ଥାନକୁ ଅଧିକ ସମୟ ବ୍ୟବହାର ପାଇଁ ବନ୍ଦ କଲେ।


ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକ ଯିରୁଶାଲମକୁ ଗଲେ। ସେହି ସମୟରେ ଯିରୁଶାଲମକୁ ଯିବୂଷ ବୋଲି କୁହାଯାଉଥିଲା। ସେହି ନଗରରେ ବାସ କରୁଥିବା ଲୋକମାନଙ୍କୁ ଯିବୂଷୀୟ ନାମରେ ନାମିତ କରାଯାଇଥିଲା।


ଆହସ୍ ହିନ୍ନୋମ ପୁତ୍ର ଉପତ୍ୟକାରେ ସୁଗନ୍ଧିଧୂପ ଜ୍ୱଳାଇଲେ। ସେ ନିଜ ପୁତ୍ରମାନଙ୍କୁ ଅଗ୍ନିରେ ଦ‌ଗ୍‌ଧ କରି ବଳିଦାନ ସ୍ୱରୂପେ ଉତ୍ସର୍ଗ କଲେ। ସେହି ଦେଶରେ ବାସ କରୁଥିବା ଲୋକମାନେ ଯେଉଁସବୁ ଭୟଙ୍କର ପାପ କରୁଥିଲେ, ସେ ମଧ୍ୟ ସେହିସବୁ କଲେ। ଇସ୍ରାଏଲର ଲୋକମାନେ ଯେତେବେଳେ ସେହି ଦେଶରେ ପ୍ରବେଶ କଲେ, ସଦାପ୍ରଭୁ ସେମାନଙ୍କୁ ବଳପୂର୍ବକ ସେଠାରୁ ବାହାର କରିଦେଲେ।


ସାନୋହ, ଅଦୁଲ୍ଲମ ଓ ତହିଁର ପାର୍ଶ୍ୱବର୍ତ୍ତୀ ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଗ୍ରାମରେ ବାସ କଲେ। ଏହିପରି ସେମାନେ ବେ‌ର୍‌ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।


“ରଫାୟିମ ଉପତ୍ୟକାରେ ଶସ୍ୟଅମଳ ବେଳେ ଯେପରି ଘଟିବ ସେହିପରି ଘଟିବ। ଶସ୍ୟକ୍ଷେତ୍ରରେ ଶସ୍ୟ ସଂଗ୍ରହ କଲାବେଳେ ଶସ୍ୟର ସୀସା ଶସ୍ୟରୁ କାଟିଲା ବେଳେ ଓ ସୀସା ଗୁଡ଼ିକୁ ସଂଗ୍ରହ କଲାବେଳେ ସେହିପରି ଘଟିବ।


ତା'ପରେ ଯିରିମିୟ ତୋଫ‌‌‌ତ୍‌‌‌ର ସେହି ସ୍ଥାନରୁ ଆସିଲେ। ଯେଉଁଠାକୁ ସଦାପ୍ରଭୁ ତାଙ୍କୁ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରିବା ପାଇଁ ପଠାଇଥିଲେ ଏବଂ ସଦାପ୍ରଭୁଙ୍କ ମନ୍ଦିର ଅଗଣାରେ ଛିଡ଼ା ହୋଇଥିବା ସମସ୍ତଙ୍କୁ ଏହା କହିଥିଲେ।


ଆଉ ଲୋକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସେମାନଙ୍କୁ ନେଇ ହାର୍ଶିତ୍ ଫାଟକ ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିଯାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସେହି ସ୍ଥାନରେ ପ୍ରଗ୍ଭର କର।


ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।


ମାତ୍ର ଯିହୁଦା ସନ୍ତାନଗଣ ଯିରୁଶାଲମ ନିବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ଏହି ହେତୁ ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ଯିହୁଦା ସନ୍ତାନଗଣ ସହିତ ଯିରୁଶାଲମରେ ବାସ କରୁଛନ୍ତି।


ଏହାର ସୀମା ରଫାୟୀମ୍ ତଳ ଭୂମିର ଉତ୍ତର ଦିଗସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଲାଗିଥିଲା ଓ ଏହାର ସୀମା ହିନ୍ନୋମ ଉପତ୍ୟକାଠାରୁ ଯିବୂଷର ଦକ୍ଷିଣ ପାର୍ଶ୍ୱ ପର୍ଯ୍ୟନ୍ତ ଲାଗିଥିଲା। ଏବଂ ଏହାର ସୀମା ଐନରୋଗଲେକୁ ଲାଗିଥିଲା।


ସେଲା, ଏଲଫ୍, ଯିବୂଷ, ଗିବିୟା ଓ କିରିୟଥ ଗ୍ରାମ ସମେତ, ଏହିପରି ଭାବରେ ଚଉଦଟି ନଗର ଥିଲା। ନିଜ ନିଜ ବଂଶ ଅନୁସାରେ ବିନ୍ୟାମୀନ ସନ୍ତାନଗଣମାନଙ୍କର ଏହିପରି ଅଧିକାର ଥିଲା।


ବିନ୍ୟାମୀନର ପରିବାରବର୍ଗମାନେ ଯିରୁଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ। ତେଣୁ ଆଜିଯାଏ ମଧ୍ୟ ବିନ୍ୟାମୀନ ସନ୍ତାନଗଣ ସହିତ ବାସ କରୁଛନ୍ତି।


ଯିହୁଦାର ଲୋକମାନେ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଓ ଯିରୁଶାଲମକୁ ଅଧିକାର କଲେ। ଯିହୁଦାର ଲୋକମାନେ ସେମାନଙ୍କୁ ଖଣ୍ତା ଦ୍ୱାରା ହତ୍ୟା କଲେ ଓ ସହରକୁ ପୋଡ଼ି ଦେଲେ।


କିନ୍ତୁ ଲେବୀୟ ଲୋକଜଣକୁ ଆଉ ଏକ ରାତ୍ରି ରହିବା ପାଇଁ ଭଲ ଲାଗୁ ନ ଥିଲା। ତେଣୁ ସେ ପ୍ରସ୍ତୁତ ହେଲା ଏବଂ ତା'ର ଉପପତ୍ନୀ ଓ ଗଧ ଦୁଇଟିକୁ ଧରି ଗ୍ଭଲିଗଲା, ସେ ଯିବୂଷ ପର୍ଯ୍ୟନ୍ତ ଯାତ୍ରା କଲେ।


Lean sinn:

Sanasan


Sanasan