Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 23:2 - ପବିତ୍ର ବାଇବଲ

2 ଏହି ସମୟରେ ସମସ୍ତ ଇସ୍ରାଏଲର ପ୍ରାଚୀନବର୍ଗ, ସେମାନଙ୍କର ପ୍ରଧାନ, ସେମାନଙ୍କର ବିଗ୍ଭରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ହୋଇଗଲି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।

Faic an caibideil Dèan lethbhreac




ଯିହୋଶୂୟ 23:2
11 Iomraidhean Croise  

ରାଜା ଦାଉଦ ଅତ୍ୟନ୍ତ ବୃଦ୍ଧ ହେଲେ। ତାଙ୍କର ପରିଗ୍ଭରକଗଣ ତାଙ୍କୁ ଉଷ୍ଣ କରିବା ପାଇଁ ବହୁତ କମ୍ବଳ ଓ ବହୁ ବସ୍ତ୍ରରେ ଆଚ୍ଛାଦାନ କଲେ। କିନ୍ତୁ ସେ କିଛି ଉଷ୍ଣତା ପାଇଲେ ନାହିଁ।


ତା'ପରେ ରାଜା ଶଲୋମନ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ, ବଂଶସମୂହର ପ୍ରଧାନବର୍ଗଙ୍କୁ ଓ ଇସ୍ରାଏଲର ସମସ୍ତ ପରିବାରର ମୁଖ୍ୟଙ୍କୁ ଏକତ୍ର ଡକାଇଲେ ଓ ସେମାନଙ୍କୁ ଯିରୁଶାଲମ ଆସିବାକୁ କହିଲେ। ଦାଉଦ ନଗରରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ମନ୍ଦିରକୁ ଆଣିବାରେ ସେମାନଙ୍କର ଯୋଗଦାନ ସେ ଗ୍ଭହୁଁଥିଲେ।


ଦାଉଦ ଇସ୍ରାଏଲର ସମସ୍ତ ନେତାମାନଙ୍କୁ ଏକତ୍ରିତ କଲେ। ସେ ଯାଜକ ଓ ଲେବୀୟମାନଙ୍କୁ ମଧ୍ୟ ଏକତ୍ର କଲେ।


ରାମାଥୀୟଙ୍କ ପୁତ୍ର ଶିମିୟି ଦ୍ରାକ୍ଷାକ୍ଷେତ୍ର‌ଗୁଡ଼ିକର ଦାୟିତ୍ୱରେ ଥିଲେ। ଶିଫମୀର ପୁତ୍ର ଜାବଦି ସଂଗ୍ରହାଗାର ଓ ଦ୍ରାକ୍ଷାକ୍ଷେତମାନଙ୍କରୁ ଆସୁଥିବା ମଦ୍ୟର ଦାୟିତ୍ୱରେ ଥିଲେ।


ଦାଉଦ ଇସ୍ରାଏଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସେହି ନେତାଗଣଙ୍କୁ ଯିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ୟଦଳର ସେନାଧ୍ୟକ୍ଷଗଣ, ଅଧ୍ୟକ୍ଷଗଣ, ସେନାପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ଯ୍ୟକାରୀଗଣ, ରାଜାଙ୍କର ବିଶେଷ କର୍ମଗ୍ଭରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ୟଗଣଙ୍କୁ ଡାକି ପଠାଇଲେ।


ତୁମ୍ଭମାନଙ୍କର ପ୍ରାଚୀନବର୍ଗମାନଙ୍କୁ ଓ ପରିବାରବର୍ଗମାନଙ୍କୁ ମୋ’ ନିକଟରେ ଏକତ୍ର କର। ମୁଁ ସେମାନଙ୍କୁ ଏହି କଥାମାନ କହିବି। ସ୍ୱର୍ଗ ଓ ପୃଥିବୀ ମୋର ସାକ୍ଷୀ ହେବେ।


ଯେତେବେଳେ ଯିହୋଶୂୟ ଅତ୍ୟଧିକ ବୃଦ୍ଧ ହୋଇଗଲେ, ସଦାପ୍ରଭୁ ତାଙ୍କୁ କହିଲେ, “ଯିହୋଶୂୟ ତୁମ୍ଭେ ବୁଢ଼ା ହୋଇଗଲଣି। କିନ୍ତୁ ଆହୁରି ଅନେକ ଦେଶକୁ ଜୟ କରିବା ପାଇଁ ବାକି ଅଛି।


ତୁମ୍ଭେମାନେ ଦେଖିଅଛ ସଦାପ୍ରଭୁ ଆମ୍ଭମାନଙ୍କ ଶତ୍ରୁମାନଙ୍କ ପାଇଁ ଯାହା ଯାହା କରିଛନ୍ତି। ସେ ଏପରି କରି ଆମ୍ଭକୁ ସାହାଯ୍ୟ କରିଥିଲେ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ।


ଯିହୋଶୂୟ ଇସ୍ରାଏଲ ବଂଶଗଣକୁ ଶିଖିମଠାରେ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ସମସ୍ତ ପ୍ରାଚୀନବର୍ଗ, ସେମାନଙ୍କର ପ୍ରାଚୀନମାନଙ୍କୁ ସେମାନଙ୍କର ବିଗ୍ଭରକର୍ତ୍ତାଗଣଙ୍କୁ ଏବଂ ସମସ୍ତ ଅଧ୍ୟକ୍ଷମାନଙ୍କୁ ଡକାଇ ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ କରାଇଲେ।


ବର୍ତ୍ତମାନ ତୁମ୍ଭର ନେତୃତ୍ୱ କରିବା ପାଇଁ ଜଣେ ରାଜା ଅଛନ୍ତି। ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇ ଗଲିଣି। ମୁଁ ମୋ’ ଯୁବାବସ୍ଥାରୁ ତୁମ୍ଭ ମୁନିବ ଥିଲି। ବର୍ତ୍ତମାନ ମୋ’ ପୁଅମାନେ ତୁମ୍ଭ ସାଥୀରେ ଅଛନ୍ତି।


Lean sinn:

Sanasan


Sanasan