Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 24:2 - ପବିତ୍ର ବାଇବଲ

2 ଏହା ପରେ ଯିହୋଶୂୟ ସମସ୍ତ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହୁଅଛି, ତାହା ସଦାପ୍ରଭୁ ଇସ୍ରାଏଲ ପରମେଶ୍ୱର କହିଛନ୍ତି, ତୁମ୍ଭମାନଙ୍କୁ। ବହୁ ଦିନ ପୂର୍ବରୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ଇଉଫ୍ରେଟିସ୍ ନଦୀ ସେପାରିରେ ଅନ୍ୟ ଦେବତାମାନଙ୍କୁ ସେବା କରୁଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତା-ମାନଙ୍କର ସେବା କରୁଥିଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;

Faic an caibideil Dèan lethbhreac




ଯିହୋଶୂୟ 24:2
16 Iomraidhean Croise  

ସରୁଗ ତିରିଶ୍ ବର୍ଷ ବୟସରେ ନାହୋରର ପିତା ହେଲା।


ନାହୋର ଅଣତିରିଶ୍ ବର୍ଷ ବୟସରେ ତେରହକୁ ଜନ୍ମ ଦେଲା।


ତେରହର ସତୁରି ବର୍ଷ ବୟସରେ ତା'ର ପୁତ୍ର ଅବ୍ରାମ, ନାହୋର ଓ ହାରଣ ଜନ୍ମ ହେଲେ।


ଏହା ଅଟେ ତେରହର ବଂଶାବଳୀ। ତେରହ ଥିଲା ଅବ୍ରାମ, ନାହୋର ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।


ଏହି ସମୟରେ ଲାବନ ମେଷପଲରୁ ଲୋମ ଛେଦନ କରିବାକୁ ଯାଇଥିଲେ। ଯେତେବେଳେ ସେ ଯାଇଥିଲେ, ରାହେଲ ଆପଣା ପିତାଙ୍କର ଘରର ଦେବତାମାନଙ୍କୁ ଗ୍ଭେରି କଲେ।


ମୁଁ ଜାଣେ ଯେ ତୁମ୍ଭେ ସ୍ୱଗୃହକୁ ଯିବାକୁ ଗ୍ଭହୁଁଥିଲ। ଯେଉଁଥିପାଇଁ ତୁମ୍ଭେ ସେ ସ୍ଥାନ ଛାଡ଼ିଲ। କିନ୍ତୁ ତୁମ୍ଭେ କାହିଁକି ମୋର ଦେବତାମାନଙ୍କୁ ଗ୍ଭେରାଇ ଆଣିଲ?”


କିନ୍ତୁ ମୁଁ ତୁମ୍ଭର ଦେବତାଗଣଙ୍କୁ ଗ୍ଭେରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ୟା କରାଯିବ। ତୁମ୍ଭର ଲୋକମାନେ ମୋର ସାକ୍ଷୀ ରହିଲେ। ତୁମ୍ଭର ଏଠାରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଦେବତାଗଣଙ୍କୁ ଖୋଜି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନେଇ ପାରିବ।” ରାହେଲ ତାହା ଗ୍ଭେରି କରିଛନ୍ତି ବୋଲି, ଯାକୁବ ଜାଣି ନ ଥିଲେ।


ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।” ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇ‌ସ୍‌ହାକଙ୍କର “ଭୟ ବୋଲି କହୁଥିଲେ”।


ତେଣୁ ସମସ୍ତ ଲୋକ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଯାକୁବଙ୍କୁ ଦେଲେ। ସେମାନେ ମଧ୍ୟ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ଯାକୁବଙ୍କୁ ଦେଲେ। ଯାକୁବ ସେଗୁଡ଼ିକ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ପୋତି ଦେଲେ।


ଅବ୍ରାମଙ୍କୁ ଅବ୍ରହାମ ବୋଲି କୁହାଯାଉଥିଲା।


ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତେବେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ୱାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।”


ଏବଂ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଯିରୁଶାଲମକୁ ଏହି କଥା କହନ୍ତି, ତୁମ୍ଭର ଉତ୍ପତ୍ତି ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ। ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲେ।


ଯିହୂଦା ଯାକୁବଙ୍କ ପୁତ୍ର। ଯାକୁବ ଇ‌‌ସ୍‌‌ହାକଙ୍କ ପୁତ୍ର। ଇ‌‌ସ୍‌‌ହାକ ଅବ୍ରହାମଙ୍କ ପୁତ୍ର। ଅବ୍ରହାମ ତେରେହଙ୍କ ପୁତ୍ର। ତେରେହ ନାହୋରଙ୍କ ପୁତ୍ର।


ତା'ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,’ ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ।


“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”


Lean sinn:

Sanasan


Sanasan