Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 3:10 - ପବିତ୍ର ବାଇବଲ

10 ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ଵର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତା; ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ଵାରା ଜାଣି ପାରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।

Faic an caibideil Dèan lethbhreac




ଯିହୋଶୂୟ 3:10
37 Iomraidhean Croise  

ଇମୋରୀୟମାନଙ୍କର, କିଣାନୀୟମାନଙ୍କର, ଓ ଗିର୍ଗାଶୀୟମାନଙ୍କର ଓ ଯିବୂଷୀୟମାନଙ୍କର ଦେଶ ତୁମ୍ଭକୁ ଦେଲି।”


ତହିଁରେ ମୀଖାୟ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ସମସ୍ତେ ଶୁଣ, ଯଦି ରାଜା ଆହାବ କୁଶଳରେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସେ, ତେବେ ସଦାପ୍ରଭୁ ମୋତେ ବାର୍ତ୍ତା ଦେଇ ନାହାନ୍ତି ବୋଲି ଜାଣିବ।”


ଅଶୂରର ରାଜା ଜୀବନ୍ତ ସଦାପ୍ରଭୁଙ୍କ ବିଷୟରେ ମନ୍ଦ କଥା କହିବାକୁ ତାଙ୍କର ସେନାଧ୍ୟକ୍ଷଙ୍କୁ ପଠାଇଲେ। ହୋଇପାରେ ସଦାପ୍ରଭୁ ଶୁଣି ପାରନ୍ତି, ଯାହା ସେନାଧ୍ୟକ୍ଷ କହିଲା ଓ ଶତ୍ରୁକୁ ଦଣ୍ତ ଦେବେ। ଏଣୁ ଦୟାକରି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେଉଁମାନେ ଏପର୍ଯ୍ୟନ୍ତ ଜୀବିତ ଅଛନ୍ତି।”


ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ;


ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ। ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?


ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି। ହିଗାୟୋନ୍‍ ସେଲା


ମୋଶା ସେହି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସେହି ସ୍ଥାନରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ଯୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?


ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।


ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି।


ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ। ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତା'ର ନାମ ସେ ଇମ୍ମାନୁୟେଲ ଦେବ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି। ସେ ଜୀବନ୍ତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା। ଯେତେବେଳେ ସେ କୋପ କରନ୍ତି ପୃଥିବୀ କମ୍ପିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କ୍ରୋଧ ସହ୍ୟ କରି ପାରିବେ ନାହିଁ।


“ସମୁଦ୍ରର ବାଲୁକା ସଦୃଶ ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ଭବିଷ୍ୟତରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନରେ ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ଏହା ଘଟିବ। ସେମାନଙ୍କୁ ମଧ୍ୟ କୁହାଯିବ, ‘ତୁମ୍ଭେମାନେ ମୋ’ ଲୋକ ନୁହଁ। ତୁମ୍ଭେ ଜୀବନ୍ତ ପରମେଶ୍ୱରଙ୍କର ସନ୍ତାନ ଅଟ।’


ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି, ପର୍ବତମୟ ଦେଶରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”


ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”


ଆମ୍ଭେ ତୁମ୍ଭଠାରେ ବିଶ୍ୱାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ୱରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ୟକ୍ତି।”


ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’


ଅଗ୍ନି ମଧ୍ୟରୁ ଜୀବନ୍ତ ପରମେଶ୍ୱର କହିବାର କେହି ଶୁଣି ନାହାନ୍ତି। ଯେପରି ଆମ୍ଭେମାନେ ଶୁଣିଛୁ ଓ ବଞ୍ଚିଛୁ।


“ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ ହିତ୍ତୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ।


ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟଯୁକ୍ତ।


ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ, ଯେପରି ଭଲ ଭାବରେ ତୁମ୍ଭେମାନେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭେମାନେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ୱରଙ୍କ ସେବା କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟରେ ସେମାନେ କହନ୍ତି।


ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।


ଯାବୀନ୍ ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପିରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ବାର୍ତ୍ତା ପଠାଇଲେ।


ପର୍ବତମୟ ଦେଶ, ତଳଭୂମି, ଯର୍ଦ୍ଦନର ଉପତ୍ୟକା, ପୂର୍ବର ପର୍ବତଗୁଡ଼ିକ, ନେଗେଭ ଓ ମରୁଭୂମି ହୀତ୍ତୀୟ ଇମୋରୀୟ, କିଣାନୀୟ, ପିରିଷୀୟ, ଓ ହିବ୍ବୀୟମାନେ ସେଠାରେ ବାସ କଲେ। ସେହିସବୁ ରାଜାମାନଙ୍କର ତାଲିକା ନିମ୍ନରେ ଦିଆଗଲା:


ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେଉଁ ଉତ୍ତମ ପ୍ରତିଜ୍ଞା କରିଥିଲେ, ସେଥି ମଧ୍ୟରୁ ଗୋଟିଏ ହେଲେ କଥା ବିଫଳ ହେଲା ନାହିଁ। ସଦାପ୍ରଭୁଙ୍କର ସମସ୍ତ କଥା ସଫଳ ହେଲା।


ତେଣୁ ଯାଜକ ପୀନହସ୍ କହିଲେ, “ବର୍ତ୍ତମାନ ଆମ୍ଭେ ଜାଣିଲୁ ଯେ ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି। ଏବଂ ଆମ୍ଭେ ଜାଣିଲୁ ଯେ ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧାଚରଣ କରି ନାହିଁ। ଆମ୍ଭେ ଖୁସୀ ଯେ ସଦାପ୍ରଭୁ ଇସ୍ରାଏଲବାସୀଙ୍କୁ କୌଣସି ଦଣ୍ତ ଦେଇ ନାହାନ୍ତି।”


“‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି।


ତା'ପରେ ଯିହୋଶୂୟ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଏହିଠାକୁ ଆସ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର କଥାମାନ ଶୁଣ।


ଯର୍ଦ୍ଦନ ପଶ୍ଚିମ ପାରିସ୍ଥ ସମୁଦାୟ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ୟସାଗରର ଉପକୂଳ ବର୍ତ୍ତୀ ଲିବାନୋ‌ନ୍‌ର ଦୂର ଅଞ୍ଚଳରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ରାଜଗଣ ବିଷୟରେ ଏହି କଥା ଶୁଣିଲେ।


ଦାଉଦ ସେଠାରେ ଠିଆ ହୋଇଥିବା ଲୋକମାନଙ୍କୁ ପଗ୍ଭରିଲେ, “ସେ କ’ଣ କହିଲା? ଯେଉଁ ଲୋକ ଏହି ପଲେଷ୍ଟୀୟକୁ ବଧ କରି ଏବଂ ଇସ୍ରାଏଲର ଏହି ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ? କିଏ ଏହି ଅସୁନ୍ନତ ପଲେଷ୍ଟୀୟ ଯିଏ ଜୀବିତ ପରମେଶ୍ୱରଙ୍କ ସୈନ୍ୟ ଛାଉଣିକି ଅବମାନନା କରିବାକୁ ସାହସ କରେ।”


ଦାଉଦ ହିତ୍ତୀୟ ଅହୀମେଲକକୁ ଓ ସରୁୟାରର ପୁତ୍ର ଯୋୟାବର ଭ୍ରାତା, ଅବୀଶୟକୁ ପଗ୍ଭରିଲେ, “ମୋ’ ସଙ୍ଗରେ ଶାଉଲଙ୍କ ଛାଉଣି ନିକଟକୁ କିଏ ଯିବ।” ତହିଁରେ ଅବୀଶୟ ଉତ୍ତର ଦେଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


Lean sinn:

Sanasan


Sanasan