Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 3:8 - ପବିତ୍ର ବାଇବଲ

8 ନିୟମ-ସିନ୍ଦୁକ ବାହକ ଯାଜକମାନଙ୍କୁ କୁହ, ‘ପାଣିରେ ପଶିବା ପୂର୍ବରୁ ଯର୍ଦ୍ଦନ ନଦୀ କୂଳରେ ଠିଆ ହୋଇ ରୁହ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’”

Faic an caibideil Dèan lethbhreac




ଯିହୋଶୂୟ 3:8
20 Iomraidhean Croise  

ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି, ତୁମ୍ଭେ ଏହିଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନ ନଦୀକୁ ପଠାଇଛନ୍ତି।” ଇଲୀଶାୟ ଉତ୍ତର କଲେ, “ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପ୍ରମାଣେ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଆଗକୁ ଅଗ୍ରସର ହେଲେ।


ଏହା ପରେ ଏହି ଲେବୀୟମାନେ ସେମାନଙ୍କର ଭ୍ରାତାମାନଙ୍କୁ ଏକତ୍ର କଲେ ଓ ମନ୍ଦିରର ପବିତ୍ର ସେବାକାର୍ଯ୍ୟ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କଲେ। ସେମାନେ ରାଜାଙ୍କର ଆଦେଶ ମାନିଲେ, ଯାହାକି ସଦାପ୍ରଭୁଙ୍କଠାରୁ ଆସିଥିଲା।


ଏହା ପରେ ହିଜକିୟ ବେଦି ଉପରେ ବଳିଦାନ ଉପହାର ଉତ୍ସର୍ଗ କରିବାକୁ ଆଦେଶ ଦେଲେ। ହୋମବଳି ଉପହାରର ଉତ୍ସର୍ଗ ଯେତେବେଳେ ଆରମ୍ଭ ହେଲା, ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସଙ୍ଗୀତ ଗାନ ଆରମ୍ଭ ହେଲା। ତୂରୀ ବଜାଗଲା ଓ ଇସ୍ରାଏଲ ରାଜା ଦାଉଦଙ୍କ ବାଦ୍ୟଯନ୍ତ୍ର ସବୁ ବଜାଗଲା।


ରାଜା ହିଜକିୟ ଓ ତାଙ୍କର ପଦାଧିକାରୀମାନେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଆଦେଶ ଦେଲେ। ସେମାନେ ଦାଉଦ ଓ ଆସଫ ଭବିଷ୍ୟ‌ଦ୍‌ବକ୍ତାଙ୍କ ରଚିତ ସଙ୍ଗୀତମାନ ଗାନ କଲେ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ ଓ ଆନନ୍ଦିତ ହେଲେ। ସେମାନେ ସମସ୍ତେ ନତମସ୍ତକ ହେଲେ ଓ ପରମେଶ୍ୱରଙ୍କର ଉପାସନା କଲେ।


ଆହୁରି ମଧ୍ୟ ଯିହୁଦାରେ ପରମେଶ୍ୱରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରିତ କଲା, ଯେପରି ସେମାନେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ୟ ହୋଇପାରନ୍ତି। ଏହି ପ୍ରକାରେ, ସେମାନେ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ।


ଏହା ପରେ ମୁଁ ଲେବୀୟମାନଙ୍କୁ ବିଶ୍ରାମ ଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ଜଗିବାକୁ ଆଜ୍ଞା କଲି। ହେ ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଶାଶ୍ୱତ ପ୍ରେମରେ ମୋତେ ରକ୍ଷା କର।


ମହାଯାଜକ ଇଲିୟାଶୀ‌‌‌‌ବ୍‌‌‌‌ର ପୁତ୍ର ଯିହୋୟାଦାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ପୁତ୍ର ହାରୋଣୀୟ ସ‌ନ୍‌ବଲ୍ଲଟ୍‌ର ଜ୍ୱାଇଁ ଥିଲା। ମୁଁ ସେହି ଲୋକଙ୍କୁ ମୋ'ଠାରୁ ଗ୍ଭଲିଯିବା ପାଇଁ ବାଧ୍ୟ କରିଥିଲି।


କିନ୍ତୁ ମୋଶା ସେମାନଙ୍କୁ କହିଲେ, “ଭୟ କର ନାହିଁ। ଦୌଡ଼ି ପଳାଇବାର ଆବଶ୍ୟକ ନାହିଁ। ଏହିଠାରେ ଧିରସ୍ଥିର ହୋଇ ଛିଡ଼ା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭେମାନେ ମିଶରବାସୀମାନଙ୍କୁ ଆଉ ପୁନରାୟ ଦେଖିବ ନାହିଁ।


ସଦାପ୍ରଭୁଙ୍କ ଦ୍ୱାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି ଭଲ।


ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।


ନେତୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, “ଯେତେବେଳେ ଲେବୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ନିୟମ-ସିନ୍ଦୁକକୁ ନେଇ ଯିବେ, ତୁମ୍ଭେମାନେ ସମସ୍ତେ ସେମାନଙ୍କୁ ଅନୁସରଣ କରିବା ଉଚିତ୍।


ତା'ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ମୁଁ ତୁମ୍ଭକୁ ସମୁଦାୟ ଇସ୍ରାଏଲ ସମ୍ମୁଖରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବି। ଏଥିରେ ଲୋକମାନେ ଜାଣିବେ ଯେ ମୁଁ ଯେପରି ମୋଶାଙ୍କ ସହିତ ଥିଲି, ତୁମ୍ଭ ସହିତ ସେହିପରି ଅଛି।


ତା'ପରେ ଯିହୋଶୂୟ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଏହିଠାକୁ ଆସ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର କଥାମାନ ଶୁଣ।


ଯେତେବେଳେ ସମସ୍ତ ଲୋକମାନେ ନଦୀ ପାର ହୋଇଗଲେ, ଏହା ପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଯର୍ଦ୍ଦନ ନଦୀ ପାର ହୋଇଗଲେ।


Lean sinn:

Sanasan


Sanasan