Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 4:11 - ପବିତ୍ର ବାଇବଲ

11 ଯେତେବେଳେ ସମସ୍ତ ଲୋକମାନେ ନଦୀ ପାର ହୋଇଗଲେ, ଏହା ପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଯର୍ଦ୍ଦନ ନଦୀ ପାର ହୋଇଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଏହିରୂପେ ସମସ୍ତ ଲୋକ ନିଃଶେଷ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।

Faic an caibideil Dèan lethbhreac




ଯିହୋଶୂୟ 4:11
7 Iomraidhean Croise  

ତୁମ୍ଭେମାନେ ତରତର ହୋଇ ଯାଅ ନାହିଁ କିମ୍ବା ତୁମ୍ଭେମାନେ ପଳାତକପରି ପଳାୟନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ଅନୁସରଣ କରିବେ।


“‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି।


ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।


ନିୟମ-ସିନ୍ଦୁକ ବାହକ ଯାଜକମାନଙ୍କୁ କୁହ, ‘ପାଣିରେ ପଶିବା ପୂର୍ବରୁ ଯର୍ଦ୍ଦନ ନଦୀ କୂଳରେ ଠିଆ ହୋଇ ରୁହ।’”


ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ କରିଥିଲେ, ଲୋକମାନଙ୍କୁ କହିବା ପାଇଁ, ଯାହା ମୋଶା ଯିହୋଶୂୟଙ୍କୁ କହିଥିଲେ। ତେଣୁ ଯାଜକମାନେ ଯେଉଁମାନେ ସଦାପ୍ରଭୁଙ୍କର ସିନ୍ଦୁକ ବହୁଥିଲେ, ସମସ୍ତ ଇସ୍ରାଏଲ ଲୋକମାନେ ନଦୀ ପାର ନ ହେବା ପର୍ଯ୍ୟନ୍ତ, ସେମାନେ ସେହି ନଦୀ ଶଯ୍ୟାରେ ଠିଆ ହୋଇ ରହିଲେ।


ରୁବେନ୍ ଗୋଷ୍ଠୀର ମନୁଷ୍ୟମାନେ, ଗାଦ୍ ଗୋଷ୍ଠୀର ମନୁଷ୍ୟମାନେ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀଗଣ, ଯୁଦ୍ଧାସ୍ତ୍ରରେ ସଜ୍ଜିତ ଓ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ଇସ୍ରାଏଲୀୟମାନଙ୍କ ଆଗରେ ନଦୀ ପାର ହୋଇଗଲେ, ଠିକ୍ ମୋଶା ଯେପରି ସେମାନଙ୍କୁ କହିଲେ।


ଯାଜକମାନେ ଯିହୋଶୂୟଙ୍କୁ ମାନିଲେ। ସେମାନେ ସେହି ପବିତ୍ର ସିନ୍ଦୁକକୁ ଧରି ନଦୀରୁ କୂଳକୁ ଆସିଲେ। ଯେତେବେଳେ ଯାଜକମାନଙ୍କର ପାଦ ନଦୀରୁ ବାହାରି ଆସିଲା, ଯର୍ଦ୍ଦନ ନଦୀ ପୂର୍ବପରି ବହିବାକୁ ଲାଗିଲା। ଏହି ନଦୀ ପୂର୍ବପରି ତା'ର କୂଳ ଲଙ୍ଘନ କଲା।


Lean sinn:

Sanasan


Sanasan