ଯିହୋଶୂୟ 7:9 - ପବିତ୍ର ବାଇବଲ9 କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?” Faic an caibideilପବିତ୍ର ବାଇବଲ (Re-edited) - (BSI)9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କଅଣ କରିବ? Faic an caibideilଓଡିଆ ବାଇବେଲ9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ? Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?” Faic an caibideil |
କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ୱଂସ କର, ତାହାହେଲେ ମିଶରୀୟମାନେ କହିବେ, ‘ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସେହି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସେହି ପର୍ବତଗୁଡ଼ିକରେ ମାରି ପୃଥିବୀରୁ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।’ ତେଣୁ ସେମାନଙ୍କ ଉପରେ କ୍ରୋଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସେମାନଙ୍କୁ ଧ୍ୱଂସ କର ନାହିଁ।
ସଦାପ୍ରଭୁଙ୍କର ସେବକଗଣ, ଯାଜକମାନେ ମଣ୍ତପ ଓ ଯଜ୍ଞବେଦିରେ ନିଶ୍ଚିତ କାନ୍ଦିବେ ଓ ଆକୁଳରେ ସଦାପ୍ରଭୁଙ୍କୁ ନିବେଦନ କରିବେ, “ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ୱାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ୱାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅ ନାହିଁ ଏବଂ ସେମାନଙ୍କୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, ‘ତୁମ୍ଭର ସଦାପ୍ରଭୁ କାହାନ୍ତି?’”