ଲେବୀୟ ପୁସ୍ତକ 3:3 - ପବିତ୍ର ବାଇବଲ3 ସେ ମଙ୍ଗଳାର୍ଥକ ନୈବେଦ୍ୟର କିଛି ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଉତ୍ସର୍ଗ କରିବ। ଆଉ ଯାଜକ-ଅନ୍ତ୍ର ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ ଉତ୍ସର୍ଗ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ Faic an caibideilଓଡିଆ ବାଇବେଲ3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ, Faic an caibideil |
ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ'ଠାରୁ ସୁସ୍ଥତା ପାଇବେ।”
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ'ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
କିନ୍ତୁ ଯାଜକଗଣ ଯେପରି ବ୍ୟବହାର କରିବା ଉଚିତ୍, ଏଲିର ପୁତ୍ରଗଣ ସେପରି ବ୍ୟବହାର କଲେ ନାହିଁ। ଏପରିକି ସେହି ମାଂସର ମେଦ ଯଜ୍ଞବେଦିରେ ଦଗ୍ଧ ହେବା ପୂର୍ବରୁ, ସେମାନଙ୍କର ସେବକମାନେ ସେହି ବଳିଦାନ ଉତ୍ସର୍ଗ କରୁଥିବା ବ୍ୟକ୍ତି ପାଖକୁ ଗଲେ ଏବଂ କହିଲେ, “ପୋଡ଼ିବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତୁମ୍ଭଠାରୁ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କେବଳ କଞ୍ଚାମାଂସ ଗ୍ରହଣ କରିବେ।”