Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:51 - ପବିତ୍ର ବାଇବଲ

51 ଯେତେବେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାଯିବ, ଲେବୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣି ଥରେ ସ୍ଥାପନ କରିବା ଉଚିତ୍। ଲେବୀୟ ବ୍ୟତୀତ, ଅନ୍ୟ ଯେକେହି ସେଠାକୁ ଯାଏ, ତାକୁ ହତ୍ୟା କରାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

51 ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।

Faic an caibideil Dèan lethbhreac




ଗଣନା ପୁସ୍ତକ 1:51
15 Iomraidhean Croise  

ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରୁ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ। ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପାଖରେ ମୃତ୍ୟୁବରଣ କଲେ।


ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ବିଂଶତମ ଦିନରେ ସେହି ମେଘ ସାକ୍ଷ୍ୟରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।


ଏହି ଧାତୁ ଆଚ୍ଛାଦକ ଇସ୍ରାଏଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣଙ୍କ ପରିବାର ବ୍ୟତୀତ ଅନ୍ୟ କେହି ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କେହି ଏହି ସେବା କରିବ, ସେ କୋରହଙ୍କ ପରିବାରବର୍ଗ ପରି ହେବ ବୋଲି ଯାହା ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଜଣାଇ ଥିଲେ।


ଯେକେହି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିକଟକୁ ଆସୁଛି, ସେ ମରୁଅଛି, ଏହା କ’ଣ ସତ୍ୟ ଆମ୍ଭେ ସମସ୍ତେ ପ୍ରାଣ ଛାଡ଼ି ବିନଷ୍ଟ ହେବା?”


ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡ଼ି ପଲ୍ଲବିତ ହେବ। ଆଉ ଇସ୍ରାଏଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସେମାନେ ନିବୃତ୍ତ ରହିବେ।”


ମାତ୍ର ଇସ୍ରାଏଲର ଅନ୍ୟମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ। ସେମାନେ ଆସିଲେ ମରିବେ।


ସେମାନେ ତୁମ୍ଭକୁ ବିବରଣୀ ଦେବେ ଓ ପବିତ୍ର ତମ୍ବୁର ରକ୍ଷାର ଦାୟିତ୍ୱ ନେବେ। କିନ୍ତୁ ସେମାନେ ପବିତ୍ର ପାତ୍ର ନିକଟକୁ କିମ୍ବା ଯଜ୍ଞବେଦି ନିକଟକୁ ଯିବେ ନାହିଁ। ତେଣୁ ସେମାନେ ମରନ୍ତି ନାହିଁ, ତୁମ୍ଭେ ମଧ୍ୟ ନୁହଁ।


ସେମାନେ ତୁମ୍ଭ ସହିତ ଯୋଗ ଦେଇ ତୁମ୍ଭର ସମସ୍ତ ସେବାକର୍ମ ସହିତ ସମାଗମ-ତମ୍ବୁର ରକ୍ଷଣୀୟ ଦାୟିତ୍ୱ ନେବେ। ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।


କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଯଜ୍ଞବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ପବିତ୍ର ସ୍ଥାନରେ ଯାଜକତ୍ୱ ପାଳନ କରିବ ଓ ସେବା କରିବ, ଆମ୍ଭେ ଆମ୍ଭର ଦାନଜନିତ ସେବାରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ। ଯଦି କେହି ଅଜଣା ବ୍ୟକ୍ତି ମୋର ପବିତ୍ର ସ୍ଥାନ ନିକଟକୁ ଆସେ, ତାକୁ ହତ୍ୟା କରାଯିବ।”


“ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିଯୁକ୍ତ କରିବ। ସେମାନେ ଯାଜକରୂପେ ସେବାକାର୍ଯ୍ୟ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆସେ, ତାକୁ ଆଇନ ସଙ୍ଗତ କାର୍ଯ୍ୟ କରିବ।”


ମୋଶା, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖରେ ଛାଉଣି ସ୍ଥାପନ କରିବେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ପବିତ୍ର ସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ଯାଏ, ତାକୁ ମୃତ୍ୟୁଦଣ୍ତ ଦିଆଯିବ।


ବୈ‌ଥ୍‌-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ହତ୍ୟା କଲେ, ବୈଥ୍-ଶେମଶର ଲୋକମାନଙ୍କ ମଧ୍ୟରୁ ସତୁରି ଜଣ ହତ୍ୟା ହେଲେ। ପୁଣି ପରମେଶ୍ୱର ସେମାନଙ୍କୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ।


Lean sinn:

Sanasan


Sanasan