Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 12:7 - ପବିତ୍ର ବାଇବଲ

7 ମାତ୍ର ମୋଶା ମୋର ସେବକ, ସେପରି ନୁହେଁ। ସେ ହିଁ ମୋର ସମଗ୍ର ଗୃହରେ ଜଣେ ସବୁଠାରୁ ବିଶ୍ୱସ୍ତ ଅଟେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ଵାସପାତ୍ର ଅଟେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।

Faic an caibideil Dèan lethbhreac




ଗଣନା ପୁସ୍ତକ 12:7
15 Iomraidhean Croise  

ତା'ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ମୋର ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଅଟେ। ସେ ପରମେଶ୍ୱରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ଯ୍ୟ କରିବାକୁ ପ୍ରତ୍ୟାଖାନ କରେ।”


ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।


ଏହି ପ୍ରକାରେ ସଦାପ୍ରଭୁ ମୋଶାଙ୍କ ସହିତ ମୁହାଁମୁହିଁ କଥାବାର୍ତ୍ତା ହେଲେ। ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମୋଶା କଥାବାର୍ତ୍ତା କରି ସାରିବା ପରେ ଛାଉଣିକୁ ଫେରି ଆସିଲେ କିନ୍ତୁ ତାଙ୍କର ପରିଗ୍ଭରକ ସର୍ବଦା ତମ୍ବୁରେ ରହୁଥିଲେ। ସେହି ପରିଗ୍ଭରକର ନାମ ଥିଲା ଯିହୋଶୂୟ, ସେ ଥିଲେ ନୂନର ପୁତ୍ର।


“ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ।


ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ କୌଣସି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ମଧ୍ୟ ଆହୁରି ବଡ଼।


ମୋଶା ସେ ଦୃଶ୍ୟ ଦେଖି ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ଯିବାବେଳକୁ ସେ ପ୍ରଭୁଙ୍କର ସ୍ୱର ଶୁଣିଲେ:


ଯେଉଁ ଲୋକମାନଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ସେମାନେ ଯେ ଏଥିର ଯୋଗ୍ୟ ଏହା ଦର୍ଶାଇବା ଉଚିତ୍।


ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟ‌ଦ୍‌ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।


ତେଣୁ ସଦାପ୍ରଭୁଙ୍କର ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।


କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତେବେ ମଧ୍ୟ ତୁମ୍ଭେମାନେ ଜାଣି ପାରିବ ଯେ ପରମେଶ୍ୱରଙ୍କ ପରିବାରରେ ଲୋକମାନେ କ’ଣ କ’ଣ କରିବା ଅବଶ୍ୟକ। ସେହି ପରିବାର ଜୀବିତ ପରମେଶ୍ୱରଙ୍କର ମଣ୍ଡଳୀ ଅଟେ। ପରମେଶ୍ୱରଙ୍କ ମଣ୍ଡଳୀ ସତ୍ୟର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।


ମୋଶା ସଦାପ୍ରଭୁଙ୍କର ଦାସ ଥିଲେ। ନୂନର ପୁତ୍ର ଯିହୋଶୂୟ ମୋଶାଙ୍କର ପରିଗ୍ଭରକ ଥିଲେ। ମୋଶାଙ୍କର ମୃତ୍ୟୁ ପରେ, ସଦାପ୍ରଭୁ ଯିହୋଶୂୟକୁ କହିଲେ।


“ମୋର ସେବକ ମୋଶାର ମୃତ୍ୟୁ ହୋଇଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନେଇ ଯର୍ଦ୍ଦନ ନଦୀ ପାର ହୋଇ ଯାଅ। ମୁଁ ଯେଉଁ ଦେଶସବୁ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ କହିଅଛି, ତୁମ୍ଭେ ସେହି ଦେଶକୁ ଯାଅ।


Lean sinn:

Sanasan


Sanasan