Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 18:9 - ପବିତ୍ର ବାଇବଲ

9 ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡ଼ିକ ତୁମ୍ଭର ହେବ। ଏହି ଅଂଶଗୁଡ଼ିକ ଦ‌ଗ୍‌ଧ ହେବା ଉଚିତ୍ ନୁହଁ ଯଥା: ସେମାନଙ୍କର ଶସ୍ୟ ନୈବେଦ୍ୟ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡ଼ିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।

Faic an caibideil Dèan lethbhreac




ଗଣନା ପୁସ୍ତକ 18:9
24 Iomraidhean Croise  

ଅନନ୍ତର ଅରାମର ରାଜା ହସାୟେଲ ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାକୁ ଅଧିକାର କଲେ। ତା'ପରେ ସେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯୋଜନା କଲେ।


“ବ୍ୟବସ୍ଥା ପୁସ୍ତକର ଲିଖନ ଅନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଆମ୍ଭମାନଙ୍କ ଗୋପଲର ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ ମଧ୍ୟ ନିୟମ କରୁଥିଲୁ।


ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀଗୁଡ଼ିକ ଅଛି ସେସବୁ ପବିତ୍ର କୋଠରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସବୁ ଭୋଜନ କରିବେ। ଆଉ ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସବୁ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସେହି ସ୍ଥାନ ଅତି ପବିତ୍ର ଅଟେ।


ସେମାନେ ଶସ୍ୟ ବଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ। ଇସ୍ରାଏଲ ଲୋକମାନେ ଯାହାସବୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ, ସେସବୁ ସେମାନଙ୍କର ହେବ।


“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦେଇଛନ୍ତି।


ତା'ପରେ ସେ ଯାଜକ ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମବଳି ବଧ କରାଯାଏ ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ୟ ଯାଜକର ଅଟେ। ତାହା ମହାପବିତ୍ର ଅଟେ।


ସେହି ଶସ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହେବ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆଯାଏ ତାହା ମହାପବିତ୍ର ଅଟେ।


ମାତ୍ର ଯାଜକର ରୂପାରେ କିଣା ଯାଇଥିବା କ୍ରୀତଦାସ ସେହି ପବିତ୍ର ଖାଦ୍ୟ ଭୋଜନ କରି ପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରି ପାରିବେ।


ସୂର୍ଯ୍ୟାସ୍ତ ପରେ ସେ ପବିତ୍ର ଖାଦ୍ୟ ଭୋଜନ କରିବା ଉଚିତ୍। କାରଣ ପବିତ୍ର ଖାଦ୍ୟ ମଧ୍ୟରୁ କିଛି ଖାଦ୍ୟ ତାହାର ଅଟେ।


“ଯଦି ଜଣେ ଶାସକ ଭୁଲ୍ ବଶତ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ଯ୍ୟ କରେ, ତେବେ ସେ ମଧ୍ୟ ଦୋଷୀ ବୋଲି ବିବେଚିତ ହେବ।


“ଆଉ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦେଇଛନ୍ତି, ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କେହି ଜଣେ ତାହା କରେ ଓ ଭ୍ରାନ୍ତିରେ ପାପ କରେ ତେବେ ସେ ଦୋଷୀ ହୁଏ।


“ଯଦି କୌଣସି ବ୍ୟକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତେବେ ସେ ପାପ କରେ ଓ ଅପରାଧୀ ହୁଏ।


ତହୁଁ ସେ ତା'ର କୃତ ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିଦାନ ରୂପେ ପଲରୁ ଗୋଟିଏ ମାଈ ମେଣ୍ଢାଛୁଆ କିମ୍ବା ମାଈ ଛେଳିଛୁଆ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ତା'ପରେ ଯାଜକ ତା'ର କୃତ ପାପର ପ୍ରାୟଶ୍ଚିତ କରାଇବ।


ଶସ୍ୟ ନୈବେଦ୍ୟ ବିନା ତାଡ଼ିରେ ପାକ କରାଯିବ। ମୋତେ ଦିଆଯାଇଥିବା ଉପହାରରୁ କିଛି ଅଂଶ ଯାଜକମାନଙ୍କୁ ଦେଇଅଛି। ତାହା ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ମହାପବିତ୍ର ରୂପେ ବ୍ୟବହାର କରାଯିବା ଉଚିତ୍।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତେବେ ସେହି ପାପାର୍ଥକ ବଳି ନିଶ୍ଚୟ ଭୋଜନ କରାଯିବା ଉଚିତ୍ ନୁହେଁ। ତାହା ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବା ଉଚିତ୍।


“ଏହିସବୁ ଦୋଷାର୍ଥକ ବଳିର ବିଧି ଅଟେ। ତାହା ମହାପବିତ୍ର।


“ଯାଜକ ପରିବାର ମଧ୍ୟରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରି ପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।


ପାପାର୍ଥକ ବଳି ଯେଉଁପରି, ଦୋଷାର୍ଥକ ବଳି ମଧ୍ୟ ସେହିପରି। ଯେଉଁ ଯାଜକ ସେହି ପ୍ରାୟଶ୍ଚିତ କରେ, ତାହା ତାଙ୍କର ହେବ। ଦୁଇଟିର ବ୍ୟବସ୍ଥା ଏକ।


ତୁମ୍ଭେ ତାହାକୁ ମହାପବିତ୍ର ଭାବି ଭୋଜନ କରିବ। ପ୍ରତ୍ୟେକ ପୁରୁଷ ପବିତ୍ର ସ୍ଥାନରେ ତାହାକୁ ଭୋଜନ କରିବେ, ତାହା ତୁମ୍ଭ ପ୍ରତି ପବିତ୍ର ହେବ।


“ଲେବୀୟ ପରିବାରବର୍ଗ ଇସ୍ରାଏଲଙ୍କଠାରୁ କୌଣସି ଅଂଶ କି ଅଧିକାର ପାଇବେ ନାହିଁ। ଯେଉଁମାନେ ଯାଜକ ହେବେ, ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।


Lean sinn:

Sanasan


Sanasan