ଗଣନା ପୁସ୍ତକ 21:5 - ପବିତ୍ର ବାଇବଲ5 ତହିଁରେ ଲୋକମାନେ ପରମେଶ୍ୱର ଓ ମୋଶାଙ୍କ ବିରୁଦ୍ଧରେ ଅଭିଯୋଗ କଲେ ଏବଂ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠାରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭେମାନେ ଏହି ଅଖାଦ୍ୟକୁ ଘୃଣା କରୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Faic an caibideilଓଡିଆ ବାଇବେଲ5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। Faic an caibideil |
“‘କିନ୍ତୁ ଇସ୍ରାଏଲର ଲୋକମାନେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପାଳନ କଲେ ନାହିଁ କିମ୍ବା ମୋର ବ୍ୟବସ୍ଥା ପାଳନ କଲେ ନାହିଁ। କିନ୍ତୁ ଯଦି କେହି ମୋର ବିଧିସବୁ ଅନୁସରଣ କରେ ସେ ବଞ୍ଚିବ। ଏବଂ ଅଧିକନ୍ତୁ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ତେଣୁ ମୁଁ କହିଲି ଯେ, ମୋର କ୍ରୋଧ ସେମାନଙ୍କ ଉପରେ ଢାଳି ଦେବି ଏବଂ ପୁରାମାତ୍ରାରେ ମୋର କୋପ ସେମାନଙ୍କ ବିରୁଦ୍ଧରେ ପ୍ରକାଶ କରିବି।
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”