Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 22:4 - ପବିତ୍ର ବାଇବଲ

4 ମୋୟାବ ମିଦିୟନୀୟ ପ୍ରାଚୀନଗଣକୁ କହିଲେ ଯେ, “ଏହିସବୁ ଲୋକମାନେ ଗାଈପରି ସମଗ୍ର ଇସ୍ରାଏଲ ଭୂମିରେ ଚରିଯିବେ। ଗୋରୁ ଯେପରି ପଦାରୁ ଘାସ ଗ୍ଭଟିଖାଏ, ସେହିପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଗ୍ଭଟି ପକାଇବେ।” ସେ ସମୟରେ ବାଲାକ୍ ମୋୟାବର ରାଜା ଥିଲେ। ସେ ସି‌ପ୍‌ପୋର ପୁତ୍ର ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”

Faic an caibideil Dèan lethbhreac




ଗଣନା ପୁସ୍ତକ 22:4
13 Iomraidhean Croise  

ସେମାନେ ମିଦିୟନରୁ ଉଠି ପାରଣକୁ ଆସିଲେ। ପାରଣରୁ କେତେକ ଲୋକଙ୍କ ସହିତ ମିଶରକୁ ଯାଇ ମିଶରର ରାଜା ଫାରୋଙ୍କୁ ସାହାଯ୍ୟ ଭିକ୍ଷା କଲେ। ଫାରୋ ତାଙ୍କୁ ସମର୍ଥନ କରି ତାଙ୍କୁ ଗୋଟିଏ ଗୃହ ଓ କିଛି ଜମି ଦେଲେ। ତାଙ୍କୁ ସେ ଖାଦ୍ୟସାମଗ୍ରୀ ଯୋଗାଇଲେ।


ଇଦୋମର ନେତାଗଣ ଭୟରେ ଥରିଲେ। ମୋୟାବର ସାହସୀ ଓ ଶକ୍ତିଶାଳୀ ଲୋକମାନେ ମଧ୍ୟ ଭୟରେ ଥରିଲେ। କିଣାନୀୟମାନେ ସେମାନଙ୍କର ସାହସ ହରାଇଲେ।


ମୋୟାବର ସମସ୍ତ ଗୃହର ଛାତ ଉପରେ ଓ ତାହାର ସମସ୍ତ ଜନ ପଥରେ ମୃତ୍ୟୁର ଶୋକ ବ୍ୟାପି ଯାଇଛି।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବକୁ ଏକ କଣା ତୁମ୍ଭ ସଦୃଶ ଭଗ୍ନ କରିଅଛୁ।”


ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସି‌ପ୍‌ପୋରର ପୁତ୍ର ବାଲାକ୍ ଦେଖିଲେ।


ତହୁଁ ମୋୟାବର ଓ ମିଦିୟନର ପ୍ରାଚୀନବର୍ଗ ଉପହାର ନେଇ ଆସିଲେ। ସେମାନେ ବିଲିୟମ ନିକଟରେ ଉପସ୍ଥିତ ହୋଇ ବାଲାକ ଯାହା କହିଥିଲେ ତାହା କହିଲେ।


“ମୁଁ ସଦାପ୍ରଭୁଙ୍କୁ ଆସୁଥିବା ଦେଖିଲି, କିନ୍ତୁ ବର୍ତ୍ତମାନ ନୁହେଁ। ମୁଁ ତାଙ୍କର ଦର୍ଶନ ପାଉଅଛି, କିନ୍ତୁ ସେ ନିକଟବର୍ତ୍ତୀ ନୁହନ୍ତି। ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ‌‌ଉ‌‌ତ୍‌‌ଥିତ‌ ହେବ। ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ପରିବାରବର୍ଗକୁ ଚୂର୍ଣ୍ଣ କରିବ।


ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିୟନୀୟା ସ୍ତ୍ରୀ କି ଆଣିଲା। ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ବିଳାପ କରୁଥିଲେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ସେମାନେ ଇବି, ରେକମ୍, ସୂର, ହୂର ଓ ରେବା ଏହି ପାଞ୍ଚ ଜଣ ମିଦିୟନୀୟ ରାଜାଙ୍କୁ ହତ୍ୟା କଲେ। ଆଉ ମଧ୍ୟ ବିୟୋରର ପୁତ୍ର ବିଲିୟମକୁ ମଧ୍ୟ ସେମାନେ ଖ‌ଡ଼୍‌ଗରେ ହତ୍ୟା କଲେ।


ମୋତେ କୁହ, ତୁମ୍ଭେ କ’ଣ ମୋୟାବ ରାଜା ସି‌ପ୍‌ପୋରର ପୁତ୍ର ବାଲାକଠାରୁ କିଛି କ’ଣ ଅଧିକ? ସେ କ’ଣ କେବେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିଥିଲେ? ସେ କ’ଣ କେବେ ଇ‌ଶ୍‌ମାୟେଲ ସହିତ ଯୁଦ୍ଧ କରିଥିଲେ?


ପୁଣି ଥରେ ଇସ୍ରାଏଲୀୟମାନେ ତାହା କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି ବିବେଚନା କଲେ। ତେଣୁ ସଦାପ୍ରଭୁ ସାତ ବର୍ଷ ପାଇଁ ମିଦିୟନୀୟମାନଙ୍କୁ ଇସ୍ରାଏଲୀୟମାନଙ୍କ ଉପରେ ଶାସନ କରିବାକୁ ଦେଲେ।


Lean sinn:

Sanasan


Sanasan