Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 22:9 - ପବିତ୍ର ବାଇବଲ

9 ପରମେଶ୍ୱର ସ୍ୱପ୍ନରେ ବିଲିୟମ ନିକଟରେ ଆବିର୍ଭାବ ହେଲେ ଏବଂ ତାଙ୍କୁ ପଗ୍ଭରିଲେ, “ତୁମ୍ଭ ସହିତ ବସବାସ କରୁଥିବା ଏହି ଲୋକମାନେ କିଏ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ପରମେଶ୍ଵର ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ” ?

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”

Faic an caibideil Dèan lethbhreac




ଗଣନା ପୁସ୍ତକ 22:9
16 Iomraidhean Croise  

ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?” ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।”


କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।”


ସେହି ରାତିରେ ପରମେଶ୍ୱର ଲାବନକୁ ସ୍ୱପ୍ନରେ ଦର୍ଶନ ଦେଲେ। ପରମେଶ୍ୱର କହିଲେ, “ସାବଧାନ ହୁଅ! ଯାକୁବ କହିଥିବା ପ୍ରତ୍ୟେକ କଥା ପାଇଁ ସାବଧାନ ହୁଅ।”


ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?” କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?”


ଏହା ପରେ ଯୋଷେଫ ଫାରୋଙ୍କୁ କହିଲେ, “ସେହି ଦୁଇଟି ସ୍ୱପ୍ନ ଏକା ପ୍ରକାର। ଯାହା ଶୀଘ୍ର ଘଟିବାକୁ ଯାଉଛି ତାହା ପରମେଶ୍ୱର ଆପଣଙ୍କୁ କହୁଛନ୍ତି।


କିନ୍ତୁ ପରମେଶ୍ୱର ମୋଶାଙ୍କୁ କହିଲେ, “ତୁମ୍ଭ ହାତରେ କ’ଣ ଅଛି?” ମୋଶା ଉତ୍ତର ଦେଲେ, “ଏହା ମୋର ଆଶାବାଡ଼ି।”


“ଏବଂ ଆପଣ ସ୍ୱପ୍ନରେ ଦେଖିଲେ କୌଣସି ଲୋକଦ୍ୱାରା ଛେଦିତ ହୋଇ ନ ଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସେହି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା। ତେଣୁ ଯାହା ଏହା ପରେ ଘଟିବ ତାହା ମହାନ ପରମେଶ୍ୱର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ୱପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ୟ।”


ବିଲିୟମ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସି‌ପ୍‌ପୋରର ପୁତ୍ର ବାଲାକ୍ ମୋ’ ନିକଟକୁ ଏକ ବାର୍ତ୍ତା ପଠାଇଅଛନ୍ତି।


ସେହି ରାତ୍ରିରେ ପରମେଶ୍ୱର ବିଲିୟମ ନିକଟକୁ ଆସିଲେ ଏବଂ କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ସେମାନଙ୍କ ସଙ୍ଗରେ ଯିବାକୁ ଅନୁରୋଧ କରୁଛନ୍ତି, ତୁମ୍ଭେ ଯାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହା ହିଁ କରିବା ଉଚିତ୍।”


ତହୁଁ ବିଲିୟମ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ ତାହା ମୁଁ ପୁନର୍ବାର ତୁମ୍ଭକୁ ଜଣାଇବି।” ତହୁଁ ମୋୟାବର ଅଧିପତିମାନେ ବିଲିୟମ ସହିତ ରାତ୍ରି ଯାପନ କଲେ।


ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନେ ବାହାରିବେ। ସେମାନେ ବହୁତ ବଡ଼ ବଡ଼ ଆଶ୍ଚର୍ଯ୍ୟଜନକ କାମ କରିବେ ଓ ଚମତ୍କାର ପ୍ରଦର୍ଶନ କରିବେ, ଯଦି ସମ୍ଭବ ହୁଏ, ତେବେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନଙ୍କୁ ମଧ୍ୟ ସେମାନେ ବୋକା ବନେଇ ଦେବାକୁ ଚେଷ୍ଟା କରିବେ।


ସେହି ଶେଷ ଦିନରେ ଅନେକ ଲୋକ ମୋତେ ପଗ୍ଭରିବେ, ‘ପ୍ରଭୁ, ଆମ୍ଭେ କ’ଣ ତୁମ୍ଭ ନାମରେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କରି ନ ଥିଲୁ’? ତୁମ୍ଭ ନାମରେ କ’ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦେଇ ନ ଥିଲୁ? ଆମ୍ଭେ କ’ଣ ତୁମ୍ଭ ନାମରେ ଅନେକ ଆଶ୍ଚର୍ଯ୍ୟଜନକ କାମ କରି ନ ଥିଲୁ?


କୟାଫା ନିଜେ ସେହି କଥା ଭାବି ପାରି ନ ଥିଲେ। ଯେ ସେ ବାସ୍ତବରେ ଭବିଷ୍ୟ‌‌‌ଦ୍‌‌‌ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦେବେ।


Lean sinn:

Sanasan


Sanasan