Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 24:4 - ପବିତ୍ର ବାଇବଲ

4 ଏହା ହେଉଛି ଜଣେ ବ୍ୟକ୍ତିର ବାର୍ତ୍ତା ଯିଏ ପରମେଶ୍ୱରଙ୍କଠାରୁ ଶୁଣେ। ସେ ହେଉଛି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କର ଦର୍ଶନ ପାଇଅଛ। ସେ ହେଉଛି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଆଗରେ ଭୂମିଷ୍ଠ ପ୍ରଣାମ କଲା, କିନ୍ତୁ ତା'ର ଚକ୍ଷୁଗୁଡ଼ିକ ଖୋଲା ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।

Faic an caibideil Dèan lethbhreac




ଗଣନା ପୁସ୍ତକ 24:4
20 Iomraidhean Croise  

ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି, “ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”


ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ।


ମୀଖାୟ ଉତ୍ତର କଲେ, “ମୁଁ ସମଗ୍ର ଇସ୍ରାଏଲକୁ ମାଲିକହୀନ ମେଷପଲ ସଦୃଶ ଏଣେ ତେଣେ ପର୍ବତମାନଙ୍କରେ ବୁଲୁଥିବାର ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ସେମାନଙ୍କର ମୂଖ୍ୟ ନାହାନ୍ତି, ସେମାନେ ଯୁଦ୍ଧ ନ କରି କୁଶଳରେ ନିଜ ନିଜ ଗୃହକୁ ଫେରି ଯାଆନ୍ତୁ।’”


ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ, “ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ। ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।


ସେହି ତେଜ ତା'ର ଚତୁର୍ପାର୍ଶ୍ୱରେ ଝଟକୁଥିଲା ଏବଂ ଏକ ଇନ୍ଦ୍ରଧନୁ ପରି ଦେଖାଗଲା, ଯାହା ବର୍ଷା ଦିନରେ ମେଘରେ ଦେଖାଯାଏ। ଏହା ସଦାପ୍ରଭୁଙ୍କ ମହିମା ମୂର୍ତ୍ତିର ଆଭା ଥିଲା। ଯେଉଁ ସମୟରେ ମୁଁ ଏହା ଦେଖିଲି, ଭୂମିରେ ମୁହଁ ମାଡ଼ି ପଡ଼ିଲି। ଏକ ସ୍ୱର ମୋତେ କିଛି କହୁଥିବାର ଶୁଣିଲି।


ସଦାପ୍ରଭୁ କହିଲେ, “ମୋର ବାକ୍ୟ ଶୁଣ, ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟ‌ଦ୍‌ବକ୍ତା ଥାଏ, ତେବେ ମୁଁ ସଦାପ୍ରଭୁ ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ୱପ୍ନଦ୍ୱାରା ତାହା ସହିତ କଥା କହିବି।


ସେହି ରାତ୍ରିରେ ପରମେଶ୍ୱର ବିଲିୟମ ନିକଟକୁ ଆସିଲେ ଏବଂ କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ସେମାନଙ୍କ ସଙ୍ଗରେ ଯିବାକୁ ଅନୁରୋଧ କରୁଛନ୍ତି, ତୁମ୍ଭେ ଯାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହା ହିଁ କରିବା ଉଚିତ୍।”


ଏଥିରେ ସଦାପ୍ରଭୁ ବିଲିୟମର ଚକ୍ଷୁ ଖୋଲି ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧ୍ୟରେ ଖ‌ଡ଼୍‌ଗ ଧାରଣ କରି ଛିଡ଼ା ହୋଇଥିବା ଦେଖିଲା। ତହିଁରେ ସେ ହତାଶ ହୋଇ ଭୂମିରେ ପଡ଼ି ଗଲା।


ଏଥିରେ ବିଲିୟମ କହିଲେ, “ଏହା ବିୟୋରର ପୁତ୍ର ବିଲିୟମର ବାର୍ତ୍ତା। ଏହା ସେହି ମନୁଷ୍ୟର ବାର୍ତ୍ତା ଯିଏ ସ୍ପଷ୍ଟ ଭାବରେ ଦେଖେ।


“ହେ ଯାକୁବ, ତୁମ୍ଭର ତମ୍ବୁ ସବୁ କି ସୁନ୍ଦର! ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କେଡ଼େ ମନୋହର।


ତେଣୁ ପିତରଙ୍କୁ ବହୁତ ଭୋକ ଲାଗିବାରୁ ସେ ଖାଇବା ପାଇଁ ଇଚ୍ଛା କରୁଥିଲେ। ସେମାନେ ପିତରଙ୍କ ନିମନ୍ତେ ଖାଦ୍ୟ ତିଆରି କରୁଥିବା ସମୟରେ ସେ ଗୋଟିଏ ସ୍ୱପ୍ନ ଦେଖିଲେ।


ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି।


“ତା'ପରେ ମୁଁ ଯିରୁଶାଲମକୁ ଫେରି ଆସିଲି। ସେଠାରେ ମନ୍ଦିରରେ ଦିନେ ପ୍ରାର୍ଥନା କଲାବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି।


ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।


ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।”


ତା'ପରେ ଶାଉଲ ନିଜର ବସ୍ତ୍ର ଉତ୍ତାରିଲେ ଓ ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ। ସେ ସେହି ଦିନଯାକ ଏବଂ ରାତ୍ରି ତମାମ ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ବି କ’ଣ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଜଣେ?”


Lean sinn:

Sanasan


Sanasan