ସିଦିକିୟ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧରେ ବିଦ୍ରୋହ କଲେ। ଅତୀତରେ ନବୂଖଦ୍ନିତ୍ସର ସିଦିକିୟଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ୱସ୍ତ ରହିବେ। ସିଦିକିୟ ପରମେଶ୍ୱରଙ୍କ ନାମ ନେଇ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ୱସ୍ତ ରହିବେ। କିନ୍ତୁ ସିଦିକିୟ ବଡ଼ ଦାମ୍ଭିକ ଥିଲେ ଓ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ୟ କଲେ।