Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 5:7 - ପବିତ୍ର ବାଇବଲ

7 ତେଣୁ ସେ ଲୋକ ଆପଣାକୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ପାଇଁ କ୍ଷତିପୂରଣ ଦେବ ଓ ତହିଁରେ ପାଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଛି ତାକୁ ପରିଶୋଧ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତେବେ ସେ ଆପଣା କୃତ ପାପ ସ୍ଵୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ହେତୁରୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।

Faic an caibideil Dèan lethbhreac




ଗଣନା ପୁସ୍ତକ 5:7
14 Iomraidhean Croise  

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି। ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ତାକୁ ପରିତ୍ୟାଗ କରେ, ସେ ଦୟା ପାଇବ।


“ମାତ୍ର ଲୋକମାନେ ସେମାନଙ୍କର ପାପ ସ୍ୱୀକାର କରି ପାରନ୍ତି ଓ ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ଅପରାଧ ସ୍ୱୀକାର କରି ପାରନ୍ତି ଓ ସେମାନେ ଆମ୍ଭ ବିରୁଦ୍ଧରେ ପାପ କରିଛନ୍ତି ବୋଲି ସ୍ୱୀକାର କରି ପାରନ୍ତି।


ଆଉ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁ ଆମ୍ଭେ ମଧ୍ୟ ସେମାନଙ୍କର ପ୍ରତିକୂଳାଚରଣ କଲୁ। ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶରୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ। ତହିଁରେ ଯେବେ ସେମାନଙ୍କ ହୃଦୟ ନମ୍ର ହେବ ଓ ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ।


“କେହି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଅଜାଣତରେ ପାପ କରେ, ସେ ତା'ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନ ଥିବା ଏକ ମେଷଛୁଆ ଆଣି ସଦାପ୍ରଭୁଙ୍କୁ ତା'ର ପାଇଁ କ୍ଷତି ପୂରଣ ଦେବା ଉଚିତ୍। ସେହି ମେଷ ଛୂଆର ମୂଲ୍ୟ କାର୍ଯ୍ୟାଳୟ ମାପ ଅନୁଯାୟୀ ନିରୂପିତ ହେବା ଉଚିତ୍।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ପାପ କରିଅଛି ତାହା ପରିଶୋଧ କରିବ। ଏହା ବ୍ୟତୀତ ଏକ ପଞ୍ଚମାଂଶ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ନୈବେଦ୍ୟ ଦ୍ୱାରା ତା’ ପାଇଁ ପ୍ରାୟଶ୍ଚିତ କରିବ, ତହିଁରେ ସେ କ୍ଷମା ପ୍ରାପ୍ତ ହେବ।


ତେଣୁ ଯଦି କେହି ଏହି ବିଷୟଗୁଡ଼ିକ ମଧ୍ୟରୁ କୌଣସି ଗୋଟିକରେ ଦୋଷୀ ହୁଏ, ତେବେ ସେ ନିଜର ସେ ପାପକର୍ମ ସ୍ୱୀକାର କରିବ।


ପାପାର୍ଥକ ବଳି ଯେଉଁପରି, ଦୋଷାର୍ଥକ ବଳି ମଧ୍ୟ ସେହିପରି। ଯେଉଁ ଯାଜକ ସେହି ପ୍ରାୟଶ୍ଚିତ କରେ, ତାହା ତାଙ୍କର ହେବ। ଦୁଇଟିର ବ୍ୟବସ୍ଥା ଏକ।


ଦୋଷକର୍ତ୍ତା ଦୋଷ ପାଇଁ ଯାହାକୁ କ୍ଷତିପୂରଣ ଦେବା କଥା ସେ ଯଦି ମୃତ ହୋଇଥାଏ ଓ ତାହାର ଜ୍ଞାତିରେ କେହି ନ ଥା’ନ୍ତି, ତେବେ ସେ ସଦାପ୍ରଭୁଙ୍କୁ ପରିଶୋଧ କରିବ। ସଦାପ୍ରଭୁଙ୍କୁ କ୍ଷତିପୂରଣ ଦେବ, ତାହା ଯାଜକର ହେବ ଓ ତାହା ସହିତ ସେହି ମନୁଷ୍ୟ ତା'ର ପ୍ରାୟଶ୍ଚିତ ପାଇଁ ଏକ ମେଷ ବଳି ଉସର୍ଗ କରିବ।


ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”


ତା'ପରେ ଯିହୋଶୂୟ ଆଖ‌ନ୍‌କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର, ତୁମ୍ଭେ କ’ଣ କରିଛ ମୋତେ କୁହ ସେ କଥା ଲୁଗ୍ଭଅ ନାହିଁ।”


Lean sinn:

Sanasan


Sanasan