Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 2:4 - ପବିତ୍ର ବାଇବଲ

4 କେବଳ ନିଜ ଜୀବନ ବିଷୟରେ ଆଗ୍ରହୀ ନ ହୋଇ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟରେ ମଧ୍ୟ ଆଗ୍ରହୀ ହୁଅ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 କେବଳ ନିଜର ସ୍ୱାର୍ଥ ପ୍ରତି ମନୋଯୋଗୀ ନ ହୋଇ ଅନ୍ୟମାନଙ୍କ ପ୍ରତି ମନୋଯୋଗୀ ହୁଅ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।

Faic an caibideil Dèan lethbhreac




ଫିଲିପୀୟ 2:4
15 Iomraidhean Croise  

ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀକୁ ଜଣାଇଲା। ପୁଣି ଏଷ୍ଟର ମର୍ଦ୍ଦଖୟ ନାମ ଦେଇ ରାଜାକୁ ତାହା ଜଣାଇଲା।


ମୋଶା, ଗାଦ୍ ଓ ରୁବେ‌ନ୍‌ର ପରିବାରବର୍ଗକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯାଉଛନ୍ତି, ତୁମ୍ଭେମାନେ କ’ଣ ଏଠାରେ ରହିବା ଉଚିତ୍?


“କିନ୍ତୁ ମୋ'ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ।


ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ।


ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ।


କୌଣସି ଲୋକ କେବଳ ନିଜର ସ୍ୱାର୍ଥ ପାଇଁ ଚିନ୍ତିତ ହେବା ଉଚିତ୍ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ୍।


ଯଦି ଜଣେ କେହି ଦୁର୍ବଳ, ମୁଁ ମଧ୍ୟ ଦୁର୍ବଳ। ଯଦି କୌଣସି ଲୋକ ପାପରେ ଗ୍ଭଲିବା ନିମନ୍ତେ ପ୍ରବୃତ୍ତ ହୁଏ, ତେବେ ମୁଁ ଅନ୍ତର ମଧ୍ୟରୁ ଯନ୍ତ୍ରଣା ଅନୁଭବ କରେ।


ଆମ୍ଭ କାମରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଛା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ।


ସେ ପ୍ରକୃତରେ ତୁମ୍ଭ ପାଇଁ ମନୋଯୋଗୀ। ଅନ୍ୟ ଲୋକମାନେ କେବଳ ତାଙ୍କ ନିଜ ଜୀବନ ବିଷୟରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ସେମାନେ ଆଗ୍ରହୀ ନୁହନ୍ତି।


ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା'ହେଲେ ତୁମ୍ଭେ ଠିକ୍ କରୁଛ।


Lean sinn:

Sanasan


Sanasan