ଫିଲିପୀୟ 3:9 - ପବିତ୍ର ବାଇବଲ9 ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)9 ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ, Faic an caibideilଓଡିଆ ବାଇବେଲ9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ, Faic an caibideilପବିତ୍ର ବାଇବଲ (CL) NT (BSI)9 ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ, Faic an caibideil |
ଥରେ ବାବିଲୀୟ ନେତାମାନେ ହିଜକିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ସେହି ବାର୍ତ୍ତାବାହକମାନେ ଦେଶ ମଧ୍ୟରେ ଘଟିଥିବା ଏକ ଅଦ୍ଭୂତ ଚିହ୍ନ ସମ୍ବନ୍ଧରେ ପଗ୍ଭରିଲେ। ଯେତେବେଳେ ସେମାନେ ଆସିଲେ ସେତେବେଳେ ହିଜକିୟଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିୟଙ୍କ ହୃଦୟରେ ଯାହାକିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ୱର ହିଜକିୟଙ୍କୁ ଏକାକୀ ଛାଡ଼ିଗଲେ।
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।
ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।