ଫିଲିପୀୟ 4:19 - ପବିତ୍ର ବାଇବଲ19 ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ। Faic an caibideilଓଡିଆ ବାଇବେଲ19 ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ । Faic an caibideilପବିତ୍ର ବାଇବଲ (CL) NT (BSI)19 ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ। Faic an caibideil |
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କ ଦ୍ରବ୍ୟର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ଯଦ୍ଦ୍ୱାରା କି ତୁମ୍ଭର ଗୃହରେ ଯଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭେମାନେ ଏହି କାର୍ଯ୍ୟ କର, ଆମ୍ଭେ ଆକାଶର ଝରକାସବୁ ଖୋଲିଦେବା ଏବଂ ତୁମ୍ଭ ଉପରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରତ୍ୟେକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭେମାନେ ଲାଭ କରିବ।
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।
ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।