Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 4:20 - ପବିତ୍ର ବାଇବଲ

20 ଆମ୍ଭର ପରମେଶ୍ୱରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ଆମ୍ଭମାନଙ୍କର ଈଶ୍ଵର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍।

Faic an caibideil Dèan lethbhreac

ଓଡିଆ ବାଇବେଲ

20 ଆମ୍ଭମାନଙ୍କର ଈଶ୍ୱର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ । ଆମେନ୍‍ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

20 ଯୁଗେ ଯୁଗେ ପିତା ଈଶ୍ୱରଙ୍କ ଗୌରବ ହେଉ। ଆମେନ୍।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍।

Faic an caibideil Dèan lethbhreac




ଫିଲିପୀୟ 4:20
19 Iomraidhean Croise  

ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।


ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


ଏଣୁ ଏହିଭଳି ପ୍ରାର୍ଥନା କର: ‘ହେ ସ୍ୱର୍ଗରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।


ପରମେଶ୍ୱର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।


ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।


ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।


ତୁମ୍ଭେ ପରମେଶ୍ୱରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ସାହାଯ୍ୟରେ ଅନେକ ଉତ୍ତମ କାମ କରିବ।


ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।


ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।


ସେ ଏକମାତ୍ର ପରମେଶ୍ୱର। ସେ କେବଳ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ୱରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।


ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।


ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।


ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”


ସେମାନେ ଉଚ୍ଚ ସ୍ୱରରେ ଏହା କହୁଥିଲେ: “ମେଷଶାବକ ଯେ ବଳିକୃତ ଥିଲେ, ସେ କ୍ଷମତା, ଧନ, ପ୍ରଜ୍ଞା, ଶକ୍ତି, ସମ୍ମାନ, ମହିମା ଓ ପ୍ରଶଂସା ପାଇବାକୁ ଯୋଗ୍ୟ।”


ସେମାନେ କହିଲେ, “ଆମେନ୍! ପ୍ରଶଂସା, ମହିମା, ଧନ୍ୟବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଅଟେ। ଆମେନ୍!”


Lean sinn:

Sanasan


Sanasan