ପ୍ରକାଶିତ 1:16 - ପବିତ୍ର ବାଇବଲ16 ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ଯୁକ୍ତ ଖଡ଼୍ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ମ ଦ୍ଵିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା। Faic an caibideilଓଡିଆ ବାଇବେଲ16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା । Faic an caibideilପବିତ୍ର ବାଇବଲ (CL) NT (BSI)16 ସେ ତାଙ୍କ ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧରିଥିଲେ ଏବଂ ଗୋଟିଏ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ତାଙ୍କ ମୁଖରୁ ନିଷ୍କାସିତ ହେଲା। ତାଙ୍କର ମୁଖ ମଧ୍ୟାହ୍ନର ସୂର୍ଯ୍ୟ ପରି ତେଜୋମୟ ଥିଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା। Faic an caibideil |
ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।