ପ୍ରକାଶିତ 1:5 - ପବିତ୍ର ବାଇବଲ5 ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି ବିଶ୍ଵସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରିଜ ଆପଣା ରକ୍ତ ଦ୍ଵାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି, Faic an caibideilଓଡିଆ ବାଇବେଲ5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି, Faic an caibideilପବିତ୍ର ବାଇବଲ (CL) NT (BSI)5 ଏବଂ ମୃତ୍ୟୁରୁ ପୁନରୁତ୍ôଥତ ସର୍ବପ୍ରଥମ, ବିଶ୍ୱସ୍ତ ସାକ୍ଷ୍ୟଦାତା ଓ ରାଜାଧିରାଜ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ। ସେ ଆମକୁ ପ୍ରେମ କରନ୍ତି ଓ ତାଙ୍କର ମୃତ୍ୟୁ ଦ୍ୱାରା ଆମକୁ ପାପରୁ ପରିତ୍ରାଣ କରିଅଛନ୍ତି Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି, Faic an caibideil |
ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।