ପ୍ରକାଶିତ 3:9 - ପବିତ୍ର ବାଇବଲ9 ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ। Faic an caibideilଓଡିଆ ବାଇବେଲ9 ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ । Faic an caibideilପବିତ୍ର ବାଇବଲ (CL) NT (BSI)9 ଶୁଣ! ଯେଉଁ କେତେକ ମିଥ୍ୟାବାଦୀ ନିଜ ନିଜକୁ ଇହୁଦୀ ବୋଲି ଦାବୀ କରନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି, ଶୟତାନର ସେହି ଲୋକମାନଙ୍କୁ ମୁଁ ତୁମର ପଦାନତ କରିବି। ମୁଁ ତୁମକୁ ପ୍ରେମ କରେ ବୋଲି ସେମାନେ ସମସ୍ତେ ଜାଣିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ। Faic an caibideil |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”