Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 8:1 - ପବିତ୍ର ବାଇବଲ

1 ମେଷଶାବକ ସପ୍ତମ ମୁଦ୍ରା ଖୋଲିଲେ। ସେତେବେଳେ ସ୍ୱର୍ଗରେ ଅଧଘଣ୍ଟା ପର୍ଯ୍ୟନ୍ତ ନୀରବତା ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରାଣ ଭାଙ୍ଗିଲେ, ସେତେବେଳେ ସ୍ଵର୍ଗରେ ପ୍ରାୟ ଅର୍ଦ୍ଧ ଘଟିକା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ମେଷଶାବକ ସପ୍ତମ ମୋହରଟି ଭାଙ୍ଗିବା କ୍ଷଣି ସ୍ୱର୍ଗରେ ପ୍ରାୟ ଅଧଘଣ୍ଟା ଯାଏ ସମ୍ପୂର୍ଣ୍ଣ ନିସ୍ତବ୍ଧତା ବିରାଜମାନ ହେଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।

Faic an caibideil Dèan lethbhreac




ପ୍ରକାଶିତ 8:1
14 Iomraidhean Croise  

ସେହି ଆତ୍ମା ମୋର ସମ୍ମୁଖରେ ଥିଲା କିନ୍ତୁ ମୁଁ ତାକୁ ଦେଖି ପାରୁ ନ ଥିଲି। ତା'ର ମୂର୍ତ୍ତି ମୋ’ ଚକ୍ଷୁ ସମ୍ମୁଖରେ ଥିଲା ଏବଂ ଗ୍ଭରିଆଡ଼େ ନିଶବ୍ଦ ଥିଲା। ତା'ପରେ ମୁଁ ଏକ ଧୀର ସ୍ୱର ଶୁଣିବାକୁ ପାଇଲି।


ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।


ହଁ, ମୋର ହୃଦୟ ଶାନ୍ତ ଭାବରେ ପରମେଶ୍ୱରଙ୍କ ଅପେକ୍ଷା କରେ। ମୋର ପରିତ୍ରାଣ ତାଙ୍କଠାରୁ ଆସେ।


ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହେବ ଓ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବ।


ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।


ତା'ପରେ ସେମାନେ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାରରେ ମୋହର ଲଗେଇଲେ। ସେଠାରେ ସୈନ୍ୟମାନଙ୍କୁ ପହରା ଦେବା ପାଇଁ ଆଦେଶ ଦେଇ ଗ୍ଭେରମାନଙ୍କ କବଳରୁ କବରକୁ ନିରାପଦ ରଖିବାର ବ୍ୟବସ୍ଥା କଲେ।


ତା'ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା।


ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ


ତା'ପରେ ମୁଁ ମେଷଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ୟରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସେହି ଗ୍ଭରି ଜଣ ଜୀବିତ ପ୍ରାଣୀଙ୍କ ମଧ୍ୟରୁ ଜଣେ ବଜ୍ର ପରି ଉଚ୍ଚ ସ୍ୱରରେ କହିଲେ, “ଆସ”


ତା'ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା।


ତା'ପରେ ମେଷଶାବକ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ୱିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, “ଆସ”।


ତା'ପରେ ମେଷଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତେବେଳେ ତୃତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, “ଆସ।” ସେତେବେଳେ ମୋ’ ସମ୍ମୁଖରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆରୋହୀଙ୍କ ହାତରେ ଗୋଟିଏ ତରାଜୁ ଥିଲା।


ମେଷଶାବକ ଚତୁର୍ଥ ମୁଦ୍ରା ଭାଙ୍ଗିଲେ। ମୁଁ ଚତୁର୍ଥ ଜୀବିତ ପ୍ରାଣୀଙ୍କର କହିବାର ଶୁଣିଲି, “ଆସ।”


ମେଷଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତେବେଳେ ମୁଁ ବେଦୀ ତଳେ କେତେକ ଆତ୍ମାକୁ ଦେଖିଲି। ପରମେଶ୍ୱରଙ୍କର ବାକ୍ୟ ପ୍ରତି ବିଶ୍ୱସ୍ତ ଥିବାରୁ ଓ ସେମାନେ ଦେଉଥିବା ସାକ୍ଷ୍ୟ ହେତୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସେଗୁଡ଼ିକ ହେଉଛି, ସେହି ଲୋକମାନଙ୍କର ଆତ୍ମା।


Lean sinn:

Sanasan


Sanasan