Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 1:5 - ପବିତ୍ର ବାଇବଲ

5 ମହଲୋନ ଏବଂ କିଲିୟୋନ ମଧ୍ୟ ମୃତ୍ୟୁବରଣ କଲେ। ତେଣୁ ନୟମୀ ସ୍ୱାମୀହୀନ ଓ ପୁତ୍ରହୀନ ହୋଇ ରହିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ର ଓ ସ୍ଵାମୀବିହୀନା ହୋଇ ରହିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।

Faic an caibideil Dèan lethbhreac




ରତର ବିବରଣ 1:5
9 Iomraidhean Croise  

ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହୋଇ ଏଣେ ତେଣେ ଭ୍ରମଣ କରୁଅଛି। ମୋର ଏ ସମସ୍ତଙ୍କୁ କିଏ ଜନ୍ମ ଦେଇଛନ୍ତି? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠାରେ ଥିଲେ?’”


ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।


ଯୀଶୁ ଯେତେବେଳେ ନଗରଦ୍ୱାର ନିକଟରେ ପହଞ୍ଚିଲେ ସେତେବେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା’ ବିଧବା ମାର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସେଠାରେ ତା’ ମା ସହିତ ମଧ୍ୟ ନଗରର ବହୁ ସଂଖ୍ୟକ ଲୋକ ଥିଲେ।


“‘ଏବେ ଦେଖ ଆମ୍ଭେ କେବଳ ପରମେଶ୍ୱର ଅଟୁ। ଆଉ କୌଣସି ଅନ୍ୟ ଦେବତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବନ ଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରୁ। କୌଣସି ବ୍ୟକ୍ତି ଆମ୍ଭ ଶକ୍ତିଠାରୁ ରକ୍ଷା କରି ପାରିବ ନାହିଁ


ସେହି ଲୋକର ସ୍ତ୍ରୀର ନାମ ଥିଲା ନୟମୀ ଓ ଦୁଇ ପୁତ୍ରଙ୍କ ନାମ ଥିଲା, ମହଲୋନ୍ ଓ କିଲିୟୋନ। ସେମାନେ ଥିଲେ, ଯିହୁଦାର ବୈ‌ଥ୍‌ଲେହମରୁ ଏଫ୍ରାଥିୟ ଲୋକ। ସେମାନେ ମୋୟାବର ପର୍ବତମୟ ଦେଶକୁ ଗଲେ ଓ ସେଠାରେ ବସବାସ କଲେ।


ତା'ର ପୁତ୍ରମାନେ ମୋୟାବର ଯୁବତୀଙ୍କୁ ବିବାହ କଲେ। ଜଣେ ସ୍ତ୍ରୀଙ୍କର ନାମଥିଲା ଅର୍ପା, ଅନ୍ୟ ଜଣକର ନାମ ଥିଲା ଋତ। ସେମାନେ ମୋୟାବରେ ଦଶ ବର୍ଷ ବାସ କଲେ।


ଯେତେବେଳେ ନୟମୀ ମୋୟାବର ପର୍ବତମୟ ଦେଶରେ ବାସ କରୁଥିଲା, ସେ ଜାଣିବାକୁ ପାଇଲା ଯେ, ପରମେଶ୍ୱର ତାଙ୍କର ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି। ସେ ଯିହୁଦାର ଲୋକମାନଙ୍କୁ ଖାଦ୍ୟ ଦେଉଛନ୍ତି। ତେଣୁ ସେ ମୋୟାବ ଦେଶ ଛାଡ଼ି ନିଜ ଦେଶକୁ ଫେରିଯିବା ପାଇଁ ନିଷ୍ପତ୍ତି ନେଲା। ତା'ର ପୁତ୍ରବଧୂମାନେ ମଧ୍ୟ ତା’ ସହିତ ଯିବା ପାଇଁ ନିଷ୍ପତ୍ତି ନେଲେ।


Lean sinn:

Sanasan


Sanasan