Biblia Todo Logo
Bìoball air-loidhne

- Sanasan -




୧ ପିତର 3:4 - ଓଡିଆ ବାଇବେଲ

4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ୱରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ଵଭାବ ଈଶ୍ଵରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ପ୍ରକୃତ ସୌଦର୍ଯ୍ୟ ହେଉଛି, ତୁମ ଅନ୍ତରର ମୃଦୁ ନମ୍ରଭାବ। ତୁମ୍ଭମାନଙ୍କର ସେହି ଅକ୍ଷୟ ଭୂଷଣ ଈଶ୍ୱରଙ୍କ ଦୃଷ୍ଟିରେ ସବୁଠାରୁ ମୂଲ୍ୟବାନ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତୁମ୍ଭର ସୌନ୍ଦର୍ଯ୍ୟ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦେବା ଉଚିତ୍। ଏହି ସୌନ୍ଦର୍ଯ୍ୟ କେବେ ହେଲେ ସମାପ୍ତ ହେବ ନାହିଁ। ପରମେଶ୍ୱର ଏହାକୁ ସବୁଠାରୁ ମୂଲ୍ୟବାନ୍ ମନେ କରନ୍ତି।

Faic an caibideil Dèan lethbhreac




୧ ପିତର 3:4
40 Iomraidhean Croise  

ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।


ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।


କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।


ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।


ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।


ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


ସିୟୋନର କନ୍ୟାକୁ କୁହ, ଦେଖ୍ , ତୋର ରାଜା ତୋ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ ।


ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ ।


ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ ।


ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ ?


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ ।


ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।


କିନ୍ତୁ ଅନ୍ତରରେ ଯେ ଯିହୂଦୀ, ସେ ଯିହୂଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରିଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ ।


ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,


କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି ।


ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ ।


ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;


ଅତଏବ, ଈଶ୍ୱରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।


କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।


ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥି ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,


ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ ।


ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।


ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,


କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖଇବାକୁ ସେମାନଙ୍କୁ ସ୍ମରଣ କରାଅ ।


ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର ।


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ ।


କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;


Lean sinn:

Sanasan


Sanasan