Biblia Todo Logo
Bìoball air-loidhne

- Sanasan -




୧ ପିତର 4:1 - ଓଡିଆ ବାଇବେଲ

1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣା- ମାନଙ୍କୁ ସୁସଜ୍ଜିତ କର (କାରଣ ଯେ ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ଖ୍ରୀଷ୍ଟ ଶାରୀରିକ କ୍ଳେଶଭୋଗ କରିଥିବାରୁ, ତୁମ୍ଭେମାନେ ମଧ୍ୟ ତାଙ୍କ ପରି ମନୋଭାବାପନ୍ନ ହୋଇ ନିଶ୍ଚିତ ହୁଅ ଯେ ଯେଉଁ ବ୍ୟକ୍ତି ଶାରୀରିକ ଯନ୍ତ୍ରଣା ସହ୍ୟ କରେ, ୌ ଆଉ ପାପରେ ଲିପ୍ତ ହୋଇ ରହେ ନାହିଁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଖ୍ରୀଷ୍ଟ ନିଜ ଶରୀରରେ ଥିଲାବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯେଭଳି ଚିନ୍ତାଧାରା ଥିଲା, ତାହା ଦ୍ୱାରା ତୁମ୍ଭେ ଆପଣାକୁ ଶକ୍ତିଯୁକ୍ତ କର। ଯେଉଁ ଲୋକ ନିଜ ଶରୀରରେ ଯାତନ ଭୋଗ କଲା; ସେ ପାପରୁ ନିବୃତ୍ତ ହୋଇଛି।

Faic an caibideil Dèan lethbhreac




୧ ପିତର 4:1
17 Iomraidhean Croise  

ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;


ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।


ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ ।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।


ତାହା କେବେ ହେଁ ନ ହେଉ । ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ?


ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।


ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର ।


ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।


ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;


ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର ।


ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ୱର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି ।


ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


Lean sinn:

Sanasan


Sanasan