Biblia Todo Logo
Bìoball air-loidhne

- Sanasan -




୧ ପିତର 4:4 - ଓଡିଆ ବାଇବେଲ

4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ତୁମ୍ଭେମାନେ ବର୍ତ୍ତମାନ ସେହି ପ୍ରକାର ଉତ୍ସୃଙ୍ଖଳ କର୍ଯ୍ୟକଳାପରେ ସେମାନଙ୍କ ସହିତ ଯୋଗ ନ ଦେବାରୁ ସେମାନେ ଆଶ୍ଚର୍ଯ୍ୟ ହୋଇ ତୁମ୍ଭମାନଙ୍କୁ ଅପମାନିତ କରୁଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ

4 ସେହି ଅବିଶ୍ୱାସୀମାନେ ଆଶ୍ଚର୍ଯ୍ୟ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସେମାନଙ୍କ ଭଳି ହିଂସ୍ରକ ଓ ଧ୍ୱଂସକାରୀ କାମମାନ କରୁ ନାହଁ।

Faic an caibideil Dèan lethbhreac




୧ ପିତର 4:4
11 Iomraidhean Croise  

ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ ।


ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା ।


କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।


କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ ।


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ ।


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି ।


ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି ।


Lean sinn:

Sanasan


Sanasan