Biblia Todo Logo
Bìoball air-loidhne

- Sanasan -




୧ ଥେସଲନୀକୀୟ 4:1 - ଓଡିଆ ବାଇବେଲ

1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅତଏବ, ହେ ଭାଇମାନେ, ଅବଶେଷରେ କିପ୍ରକାରେ ଆଚରଣ କରି ଈଶ୍ଵରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ଵନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପ୍ରକାର ଶିକ୍ଷା ପ୍ରାପ୍ତ ହେଲ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।

Faic an caibideil Dèan lethbhreac




୧ ଥେସଲନୀକୀୟ 4:1
44 Iomraidhean Croise  

ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।


ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।


ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି ।


ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।


ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ୱରଙ୍କର ସନ୍ତୋଷପାତ୍ର ହୋଇ ପାରନ୍ତି ନାହିଁ ।


କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ ।


ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା ।


ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ;


ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।


ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,


ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,


ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି ।


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ୱରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;


ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ ।


ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,


ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,


କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲାନ୍ତ ହୁଅ ନାହିଁ ।


ଈଶ୍ୱରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ ।


ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,


ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ ।


ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।


ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ ।


Lean sinn:

Sanasan


Sanasan