Biblia Todo Logo
Bìoball air-loidhne

- Sanasan -




୧ ତୀମଥି 2:9 - ଓଡିଆ ବାଇବେଲ

9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ନାରୀମାନଙ୍କୁ ମୋର ଅନୁରୋଧ, ସେମାନେ ବିନୀତ ଓ ସଂଯତ ହୁଅନ୍ତୁ। ମୂଲ୍ୟବାନ ପରିଚ୍ଛଦ, କୃତ୍ରିମ କେଶ ବିନ୍ୟାସ ଓ ସ୍ୱର୍ଣ୍ଣରତ୍ନାଳଙ୍କାରରେ ନିଜକୁ ମଣ୍ଡିତ ନ କରି,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି

Faic an caibideil Dèan lethbhreac

ପବିତ୍ର ବାଇବଲ

9 ମୁଁ ଏହା ମଧ୍ୟ ଗ୍ଭହେଁ ଯେ ସ୍ତ୍ରୀଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସେମାନଙ୍କ ପାଇଁ ଉପଯୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦେଖାଇବା ଲାଗି ବେଣୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ୟବହାର କରନ୍ତୁ ନାହିଁ।

Faic an caibideil Dèan lethbhreac




୧ ତୀମଥି 2:9
20 Iomraidhean Croise  

ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।


ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।


ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।


କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।


ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।


ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।


ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।


ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;


ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।


କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।


ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।


ତାହାହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି, ସେମାନେ ରାଜାଙ୍କ ଘରରେ ଥାଆନ୍ତି ।


ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।


Lean sinn:

Sanasan


Sanasan