Biblia Todo Logo
Bìoball air-loidhne

- Sanasan -




୧ ତୀମଥି 4:13 - ଓଡିଆ ବାଇବେଲ

13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ,ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

13 ମୁଁ ତୁମ ନିକଟକୁ ଆସିବା ପର୍ଯ୍ୟନ୍ତ ତୁମେ ଧର୍ମଶାସ୍ତ୍ର ପଠନ, ଉପଦେଶ ଓ ଶିକ୍ଷାଦାନ କାର୍ଯ୍ୟ କରୁଥାଅ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସେମାନଙ୍କୁ ସାହାଯ୍ୟ କର। ସେମାନଙ୍କୁ ଉପଦେଶ ଦେବା କାର୍ଯ୍ୟ ଜାରି ରଖ ଏବଂ ମୁଁ ଆସିବା ପର୍ଯ୍ୟନ୍ତ ଏପରି କରୁଥାଅ।

Faic an caibideil Dèan lethbhreac




୧ ତୀମଥି 4:13
20 Iomraidhean Croise  

ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।


ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।


କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା ।


ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।


ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।


କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ ।


ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କ'ଣ ଉପକାର କରିବି ?


ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ ।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ ।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।


ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।


ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


Lean sinn:

Sanasan


Sanasan