Biblia Todo Logo
Bìoball air-loidhne

- Sanasan -




୧ ତୀମଥି 6:16 - ଓଡିଆ ବାଇବେଲ

16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

16 ସେ କେବଳ ଅମର; ମନୁଷ୍ୟର ଅଗମ୍ୟ ଆଲୋକ ରାଜ୍ୟରେ ସେ ବାସ କରନ୍ତି; କେହି ତାଙ୍କୁ କେବେ ଦେଖି ନାହିଁ; କେହି କେବେ ଦେଖି ପାରିବ ନାହିଁ। ତାଙ୍କର ଗୌରବ ଓ ଶାଶ୍ୱତ ରାଜ୍ୟ ଯୁଗେ ଯୁଗେ ଅକ୍ଷୁର୍ଣ୍ଣ ରହୁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ପରମେଶ୍ୱର ଅମର ଅଟନ୍ତି। ପରମେଶ୍ୱର ଏତେ ଉଜ୍ଜ୍ୱଳ ପ୍ରକାଶ ମଧ୍ୟରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ପରମେଶ୍ୱରଙ୍କୁ ମଧ୍ୟ ଦେଖି ପାରିବେ ନାହିଁ। ପରମେଶ୍ୱରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ଯ୍ୟନ୍ତ ପ୍ରକାଶ ପାଉ। ଆମେନ୍।

Faic an caibideil Dèan lethbhreac




୧ ତୀମଥି 6:16
30 Iomraidhean Croise  

ସର୍ବଶକ୍ତିମାନ ପରମେଶ୍ଵର ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।


ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।


ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।


ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”


ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।


ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?


କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ୱରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି ।


ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି ।


ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍।


କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,


ଆମ୍ଭମାନଙ୍କର ଈଶ୍ୱର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ । ଆମେନ୍‍ ।


ସେ ଅଦୃଶ୍ୟ ଈଶ୍ୱରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।


ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।


ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ ।


କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି ।


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍‍ ।


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।


ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ ।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ ।


ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।


ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍ ।


Lean sinn:

Sanasan


Sanasan