Biblia Todo Logo
Bìoball air-loidhne

- Sanasan -




୨ ତୀମଥି 3:10 - ଓଡିଆ ବାଇବେଲ

10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାରବ୍ୟବହାର, ସଂକଳ୍ପ, ବିଶ୍ଵାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

10-11 ତୁମେ ମୋର ଶିକ୍ଷା, ମୋର ଆଚରଣ ଓ ମୋ’ ଜୀବନର ଲକ୍ଷ୍ୟ ଅନୁସରଣ କରିଛ। ମୋର ବିଶ୍ୱାସ, ଧୈର୍ଯ୍ୟ, ପ୍ରେମ, ସହନଶୀଳତା, ମୋର ନିର୍ଯ୍ୟାତନା ଓ ଦୁଃଖଭୋଗ ତୁମେ ନିରୀକ୍ଷଣ କରିଛ। ତୁମେ ଜାଣିଛ, କିପରି ଆଣ୍ଟିୟୋଖ, ଇକନିୟ ଓ ଲୁସ୍ତ୍ରାରେ ମୁଁ ଭୀଷଣ ନିର୍ଯ୍ୟାତନା ସହ୍ୟ କରିଥିଲି। କିନ୍ତୁ କିପରି ସେ ସବୁରୁ ପ୍ରଭୁ ମୋତେ ଉଦ୍ଧାର କରିଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର-ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 କିନ୍ତୁ ତୁମ୍ଭେ ସମସ୍ତେ ମୋତେ ଜାଣିଛ। ଏହା ମଧ୍ୟ ଜାଣିଛ ଯେ ମୁଁ କ’ଣ ଶିକ୍ଷା (ଉପଦେଶ) ଦିଏ ଓ କିପରି ରୁହେ। ମୋ’ ଜୀବନର ଉଦ୍ଦେଶ୍ୟ ବିଷୟରେ ମଧ୍ୟ ତୁମ୍ଭେ ଜାଣିଛ। ତୁମ୍ଭେ ମୋର ବିଶ୍ୱାସ, ଧୈର୍ଯ୍ୟ, ପ୍ରେମ ବିଷୟରେ ଜାଣିଛ ଓ ଏହା ମଧ୍ୟ ଜାଣିଛ ଯେ ମୁଁ କେବେ ହେଲେ ଚେଷ୍ଟା କରିବାରୁ ବିରତ ହୁଏ ନାହିଁ।

Faic an caibideil Dèan lethbhreac




୨ ତୀମଥି 3:10
27 Iomraidhean Croise  

ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।


ଅତଏବ, ହେ ମାନ୍ୟବର ଥିୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି,


ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।


ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,


ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମରେ ମୋହର ଆଚାର ବ୍ୟବହାର ଯିହୂଦୀମାନେ ସମସ୍ତେ ଜାଣନ୍ତି;


ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;


ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କ'ଣ ଅସ୍ଥିର ଭାବରେ ଆଚରଣ କରିଥିଲି ? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କ'ଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ ?


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋ' ନିକଟରେ ଆଉ କେହି ନାହିଁ ।


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ' ସହିତ ସେବା କରିଥିଲେ ।


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।


ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;


କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ ।


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ ।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।


କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,


ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;


ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ ।


ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ୱରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,


Lean sinn:

Sanasan


Sanasan