Biblia Todo Logo
Bìoball air-loidhne

- Sanasan -




୨ ତୀମଥି 3:13 - ଓଡିଆ ବାଇବେଲ

13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ଦୁଷ୍ଟ ଲୋକେ ଓ ପ୍ରବଞ୍ଚକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ଦୁରାଚାରୀ ଓ ପ୍ରବଞ୍ଚକମାନଙ୍କ ଗତି ସର୍ବନାଶ ଆଡ଼କୁ - ସେମାନେ ଅନ୍ୟମାନଙ୍କୁ ଠକାଇ ଶେଷରେ ନିଜେ ଠକି ହୋଇଯିବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ସେମାନେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହେବେ।

Faic an caibideil Dèan lethbhreac




୨ ତୀମଥି 3:13
15 Iomraidhean Croise  

ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।


ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”


ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”


ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତିଦ୍ୱାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,


ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ


ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି ।


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।


ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।


ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।


ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


Lean sinn:

Sanasan


Sanasan