୨ ତୀମଥି 3:14 - ଓଡିଆ ବାଇବେଲ14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ; Faic an caibideilପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ; Faic an caibideilପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଯେଉଁ ସବୁ ସତ୍ୟ ଶିକ୍ଷା କରି ଦୃଢ଼ ଭାବରେ ବିଶ୍ୱାସ କରୁଛ, ସେ ସବୁରେ ତୁମେ ଅଟଳ ରୁହ। ତୁମର ଶିକ୍ଷକମାନେ କିଏ, ତୁମେ ଜାଣିଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ; Faic an caibideilପବିତ୍ର ବାଇବଲ14 କିନ୍ତୁ ତୁମ୍ଭେ ଯେଉଁ ଉପଦେଶ ଶିଖିଛ, ସେଗୁଡ଼ିକୁ ପାଳନ କରି ଗ୍ଭଲ। ତୁମ୍ଭେ ଜାଣ ଯେ ସେହି ଶିକ୍ଷାଗୁଡ଼ିକ ସତ୍ୟ। ଯେଉଁମାନେ ସେହି ଶିକ୍ଷାଗୁଡ଼ିକ ପ୍ରଦାନ କଲେ ତାହାଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ। Faic an caibideil |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।