Biblia Todo Logo
Bìoball air-loidhne

- Sanasan -




ଏଫିସୀୟ 3:3 - ଓଡିଆ ବାଇବେଲ

3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଅର୍ଥାତ୍, ପ୍ରତ୍ୟାଦେଶ ଦ୍ଵାରା ସେହି ନିଗୂଢ଼ତତ୍ତ୍ଵ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 ଈଶ୍ୱର ତାଙ୍କର ଗୁପ୍ତ ଯୋଜନା ପ୍ରକାଶ କରି ମୋତେ ଜଣାଇଛନ୍ତି। (ଏ ବିଷୟରେ ମୁଁ ସଂକ୍ଷିପ୍ତଭାବେ ଲେଖୁଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ପରମେଶ୍ୱର ମୋ’ ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମୋତେ ଯାହା ଦେଖାଇଛନ୍ତି, ସେ ବିଷୟରେ ମୁଁ ଅଳ୍ପ କିଛି ଲେଖି ସାରିଛି।

Faic an caibideil Dèan lethbhreac




ଏଫିସୀୟ 3:3
23 Iomraidhean Croise  

ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।


ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।


ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;


ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,


ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି ।


ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି ।


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର;


ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,


ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।


ଈଶ୍ୱରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋ' ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।


ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି ।


Lean sinn:

Sanasan


Sanasan