Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 1:5 - ଓଡିଆ ବାଇବେଲ

5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ।

Faic an caibideil Dèan lethbhreac




ଯିଶାଇୟ 1:5
25 Iomraidhean Croise  

ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ’ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।


ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି। ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ଡାଇ ପକାଇ ଅଛନ୍ତି।


ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।


ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।


ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ ?


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ ?


ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍‍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,


ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।


ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।


“ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।


Lean sinn:

Sanasan


Sanasan