Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 1:6 - ଓଡିଆ ବାଇବେଲ

6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ମୁଁ କହିଲି, ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖ, ମୁଁ କଥା କହି ଜାଣେ ନାହିଁ କାରଣ ମୁଁ ତ ବାଳକ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”

Faic an caibideil Dèan lethbhreac

ପବିତ୍ର ବାଇବଲ

6 ତା'ପରେ ମୁଁ କହିଲି, “ହାୟ, ହାୟ, ହେ ସୈନ୍ୟାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କେବଳ ବାଳକ।”

Faic an caibideil Dèan lethbhreac




ଯିରିମୀୟ 1:6
12 Iomraidhean Croise  

ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”


ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?”


ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ?”


ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”


ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”


“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


ତହୁଁ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”


ସେତେବେଳେ ମୁଁ କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋ’ ମୁଖରେ ପ୍ରବେଶ କରି ନାହିଁ !”


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”


Lean sinn:

Sanasan


Sanasan