Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 13:13 - ଓଡିଆ ବାଇବେଲ

13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଦାଉଦର ସିଂହାସନୋପବିଷ୍ଟ ରାଜଗଣକୁ ଓ ଯାଜକଗଣକୁ, ଭବିଷ୍ୟଦ୍ବକ୍ତାଗଣକୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ତା'ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହା କହନ୍ତି, ଦେଖ! ସମସ୍ତ ଦେଶବାସୀଙ୍କୁ, ଦାଉଦର ଭବିଷ୍ୟଦ୍ ବଂଶଧରମାନଙ୍କୁ ସମସ୍ତ ଯାଜକଗଣଙ୍କୁ, ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏବଂ ଯିରୁଶାଲମ ନିବାସୀଙ୍କୁ ଆମ୍ଭେ ମାତାଲ ଲୋକମାନଙ୍କ ପରି ଅସହାୟ କରିବା।

Faic an caibideil Dèan lethbhreac




ଯିରିମୀୟ 13:13
14 Iomraidhean Croise  

ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।


ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।


ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।


ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”


ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।


ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;


ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।


ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ ?’


ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’


କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗରପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ୱୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା’, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।


ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।


Lean sinn:

Sanasan


Sanasan