Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 13:14 - ଓଡିଆ ବାଇବେଲ

14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”

Faic an caibideil Dèan lethbhreac

ପବିତ୍ର ବାଇବଲ

14 ପୁଣି ଆମ୍ଭେ ସେମାନଙ୍କର ଜଣକୁ ଅନ୍ୟ ଜଣ ଉପରେ କଗ୍ଭଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପରେ ଏକ ସଙ୍ଗେ କଗ୍ଭଡ଼ିବା।”’ ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ସେମାନଙ୍କ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦେଖାଇ ସେମାନଙ୍କୁ ବିନଷ୍ଟ କରିବା।”’

Faic an caibideil Dèan lethbhreac




ଯିରିମୀୟ 13:14
30 Iomraidhean Croise  

ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।


ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”


ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।”


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;


ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ ।


ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”


ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।


ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”


ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।


ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।


ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।


କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର-ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।


ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।


କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।


କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ ?”


ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।


ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।


କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।”


ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।


ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”


ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।


Lean sinn:

Sanasan


Sanasan