Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 14:9 - ଓଡିଆ ବାଇବେଲ

9 ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ, ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତୁମ୍ଭେ ଜଣେ ଦ୍ୱନ୍ଦରେ ପଡ଼ିଥିବା ମନୁଷ୍ୟ ତୁଲ୍ୟ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ। କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ। ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ତେଣୁ ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”

Faic an caibideil Dèan lethbhreac




ଯିରିମୀୟ 14:9
31 Iomraidhean Croise  

ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।


ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ ?


ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।


ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।


ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?


ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।


ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।


ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।


ଦେଖ, ଅତି ଦୂର ଦେଶରୁ ମୋ’ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି ? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି ? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି ?


ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ?


ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ।


ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।


କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”


ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି ।


ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।


କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।


ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।


ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, "ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ''।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।


Lean sinn:

Sanasan


Sanasan