Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 17:7 - ଓଡିଆ ବାଇବେଲ

7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 “ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ।

Faic an caibideil Dèan lethbhreac




ଯିରିମୀୟ 17:7
16 Iomraidhean Croise  

ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।


ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।


ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।


ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।


ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।


କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; ମୋ’ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।


ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।


ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,’ ଏହା ସଦାପ୍ରଭୁ କହନ୍ତି।”


ନବୂଖଦ୍‍ନିତ୍ସର କହିଲା, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।


ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।


ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ପ୍ରଶଂସାର କାରଣ ହେଉ।


Lean sinn:

Sanasan


Sanasan