ଯିରିମୀୟ 21:5 - ଓଡିଆ ବାଇବେଲ5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ଵାରା କ୍ରୋଧରେ, ପ୍ରଚଣ୍ତ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। Faic an caibideilପବିତ୍ର ବାଇବଲ5 ପୁଣି ଆମ୍ଭେ ନିଜେ ବିସ୍ତୃତ ହସ୍ତ ଓ ବଳବାନ୍ ବାହୁ ସାହାଯ୍ୟରେ କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। Faic an caibideil |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।